ସୀମା ସିଲ୍‌ ଅଞ୍ଚଳ ପରିଦର୍ଶନ କଲେ ଡିଜିପି

ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା କଡାକଡି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ସୀମା ସିଲ୍‌ ଅଞ୍ଚଳର ବାସ୍ତବ ସ୍ଥିତି ପରିଖିବା ପାଇଁ ମଙ୍ଗଳବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ଡିଜିପି ଅଭୟ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ ସମୟରେ ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ ପହଞ୍ଚତ୍ ସହରର ଥିବା ଟ୍ରାଫିକ ଥାନା, ଟାଉନ ଓ ସହଦେବଖୁଣ୍ଟା ଥାନା ସହିତ ରିଜର୍ଭ ପୋଲିସ ବାରାକକୁ ପରିଦର୍ଶନ କରିଥିଲେ। ସବୁଠି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଇଥିଲେ। ଆବଦ୍ଧାଞ୍ଚଳ ଘୋଷଣା ହୋଇଥିବା ସ୍ଥାନକୁ ଯାଇ ସେଠାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ସହ ସ୍ଥିତି ସମ୍ପର୍କରେ ବୁଝିଥିଲେ। ଏହାପରେ ମଧ୍ୟାହ୍ନ ୧୨ଟା ୪୫ରେ ଡିଜିପି ଅଭୟ ଜଳେଶ୍ୱର ଶାନ୍ତିଆ ହେଲିପ୍ୟାଡ଼ଠାରେ ଅବତରଣ କରି ୬୦ନଂ. ଜାତୀୟ ରାଜପଥର ଟୋଲପ୍ଲାଜା ନିକଟରେ ଥିବା ଜଳେଶ୍ୱର ପୋଲିସର ଅସ୍ଥାୟୀ ଚେକ୍‌ଗେଟ୍‌ଠାରେ ପହଞ୍ଚିଥିଲେ। ସେଠାରେ ସେ କେତେକ ପଦସ୍ଥ କର୍ମଚାରୀଙ୍କ ସହ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ପରେ ନିକଟରେ ଥିବା ଅନ୍ୟ ଏକ ଗେଟ୍‌ ବୁଲି ଦେଖିଥିଲେ। ବାଲେଶ୍ୱରର ସ୍ଥିତି ଗମ୍ଭୀର ଥିଲେ ମଧ୍ୟ ନିୟନ୍ତ୍ରଣରେ ରହିଥିବା ପ୍ରକାଶ କରିଥିଲେ ା ଡିଜିପିଙ୍କ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ, ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ଆଇଆଇସି ଧନେଶ୍ୱର ସାହୁ, ରାଇବଣିଆ ଓଆଇସି ଅଜୟ ମୁର୍ମୁ, ସେଠାରେ କାର୍ଯ୍ୟରତ ପ୍ରବେଶନାରୀ ଡିଏସ୍‌ପି ଅଭିଷେକ ପାଣିଗ୍ରାହୀ, ସ୍ବରାଜ ଦେବତା ଓ ଅଞ୍ଜନା ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ଅପରାହ୍ନରେ ଡିଜିପି ଅଭୟ ମୟୂରଭଞ୍ଜ ଜିଲା ଗସ୍ତ କରି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦାଠାରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ଯୋଗଦେଇ ଜିଲା ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି ଥିବା ବେଳେ ଆଗାମୀ ଦିନରେ ସେଠାରେ ଅଧିକ ଫୋର୍ସ ନିଯୁକ୍ତ କରାଯିବ ବୋଲି ସୂଚନା ଦେଇଥିଲେ। ଯେଉଁମାନେ ସୀମା ଦେଇ ଲୁଚିଛପି ଆସୁଛନ୍ତିି ଧରାପଡ଼ିଲେ ସେମାନଙ୍କୁ ୧୪ ଦିନ କ୍ୱାରାଣ୍ଟାଇନରେ ରଖାଯିବା ସହିତ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜି ଅଭୟ କହିଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri