ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ ବାଇଁଶିରିଆ ପଞ୍ଚାୟତରୁ ୨ ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏହାକୁ ଗୁରୁତ୍ୱ ଦେଇ ପ୍ରଶାସନ ପକ୍ଷରୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। କଳାମାଟିଆ ପଞ୍ଚାୟତର ୪ଟି ରାଜସ୍ବ ଗ୍ରାମକୁ ବରୀ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସିଲ୍‌ ହୋଇଥିବା ସ୍ଥାନରେ ବରୀ ପୋଲିସ ପକ୍ଷରୁ ଏହି ଅଞ୍ଚଳର କୌଣସି ବ୍ୟକ୍ତି ଯେମିତି ବାହାରକୁ ନ ଆସନ୍ତି ସେଥିପ୍ରତି କଡ଼ା ନଜର ରଖାଯାଇଛି। ଅପରପକ୍ଷରେ ଉଦୟନାଥପୁର ରାଜସ୍ବ ଗ୍ରାମ ଓ ବାଇଁଶିରିଆ ପଞ୍ଚାୟତର ବାଲିଆପାଳ,ମହମ୍ମଦପୁର,ବାଲିକାନ୍ଥିଆ,ବାଇଁଶିରିଆ ଓ ଚୁଡ଼ାକଳ ଛକ ପ୍ରଭୃତି ଅଞ୍ଚଳ ସିଲ୍‌ ହୋଇଛି। ବରୀ ତହସିଲଦାର ସରୋଜକାନ୍ତ ନାୟକ, ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର ଓ ବରୀର ଭାରପ୍ରାପ୍ତ ବିଡିଓ ଶାଶ୍ୱତ ଜେନା ମିଳିତ ଭାବେ ଏହି ଅଞ୍ଚଳର ଲୋକମାନେ ସରକାରୀ ନିୟମକୁ ଉଲ୍ଲଂଘନ କରନ୍ତି ପୃଥକ୍‌ ପୃଥକ୍‌ ଭାବେ ଟିମ୍‌ ଗଠନ କରି ବ୍ୟକ୍ତିଗତ ଭାବେ ତଦାରଖ କରିଥିବା ଦେଖିବାକୁ ମିଳିଛି। ଏହା ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ପ୍ରଶାସନିକସ୍ତରରେ କଣ୍ଟେନ୍‌ମେଣ୍ଟ ଜୋନ୍‌ଗୁଡ଼ିକୁ ସାନିଟାଇଜେଶନ କରାଯିବା ସହିତ ଆବଶ୍ୟକସ୍ଥଳେ ଏହି ଅଞ୍ଚଳର ଲୋକମାନଙ୍କ ପାଇଁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ସହଯୋଗରେ ଯୋଗାଇ ଦିଆଯିବ ବୋଲି ବରୀ ତହସିଲଦାର ସରୋଜକାନ୍ତ ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ପ୍ରକୃତ ଏହାର ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri