ସୀମା ସିଲ୍‌ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ

ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ ରାଜ୍ୟର ବଡଜାମଦା ପୋଲିସ ସୀମା ସିଲ୍‌ କରିବାକୁ ଯାଇ କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳର ନାଲଦା ଅଞ୍ଚଳରେ ପଶି ଟେଣ୍ଟ ବାନ୍ଧିବାରୁ ବିବାଦ ଦେଖାଦେଇଛି। ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏହା ଜାଣିବା ପରେ ସୀମାନ୍ତରେ ପହଞ୍ଚି ଝାଡଖଣ୍ଡ ପୋଲିସ ଦ୍ୱାରା ନିର୍ମାଣ ହୋଇଥିବା ଟେଣ୍ଟକୁ ହଟାଇ ନେବାକୁ କହିଥିଲେ। ଏହାକୁ ନେଇ ଏବେ ଉଭୟ ରାଜ୍ୟ ପୋଲିସ ମଧ୍ୟରେ ଟଣାଓଟରା ଦେଖାଦେଇଛି। ଝାଡଖଣ୍ଡ ପୋଲିସ ପକ୍ଷରୁ କୁହାଯାଇଛି ଯେ, ଏଠାକୁ ଓଡିଶା ପୋଲିସ କେବେ ଆସୁ ନ ଥିବାରୁ ତେଣୁ ସୀମାରେଖା କେଉଁଠାରୁ ଆରମ୍ଭ ଆମେ ଜାଣିନାହୁଁ। ଏହାଛଡା ପୂର୍ତ୍ତ ବିଭାଗ ଓ ପୌର ପରିଷଦ ପକ୍ଷରୁ ସ୍ବାଗତମ ଓ ଧନ୍ୟବାଦ ତୋରଣ ସୀମାରେଖାଠାରୁ ଅନେକ ଦୂରରେ ରହିଥିବାରୁ ତାହା ମଧ୍ୟ ଭ୍ରମ ସୃଷ୍ଟି କରୁଛି।
ଝାଡଖଣ୍ଡ ପୋଲିସ ସୀମାନ୍ତ ସିଲ ନିମନ୍ତେ ଟେଣ୍ଟ କରୁଥିବା ସ୍ଥାନ ବଡବିଲ ବନ ବିଭାଗ କାର୍ଯ୍ୟାଳୟର ଠିକ୍‌ ସମ୍ମୁଖରେ ରହିଛି। ଝାଡଖଣ୍ଡ ପୋଲିସ ସୀମା ଭିତରକୁ ପଶି ଆସିଥିଲେ ହେଁ ଓଡିଶା ପୋଲିସ ସୀମାନ୍ତ ସିଲ୍‌ କରିବା ନେଇ କୌଣସି ପଦକ୍ଷେପ ନେଇ ନ ଥିଲା। ତେବେ ଓଡ଼ିଶା ସୀମା ଭିତରକୁ ଝାଡଖଣ୍ଡ ପୋଲିସର ପ୍ରବେଶ ଓ ଟେଣ୍ଟ ନିର୍ମାଣକୁ ଗଣମାଧ୍ୟମର ପ୍ରତିନିଧିମାନେ ବିରୋଧ କରିବା ସହ ଏନେଇ ବଡବିଲ ପୌର ନିର୍ବାହୀ ଅଧିକାରୀ ଏବଂ ତହସିଲଦାରଙ୍କୁ ସୂଚନା ଦେଇଥିଲେ। ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ନିର୍ମାଣାଧୀନ ଟେଣ୍ଟକୁ ହଟାଇବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri