ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସୁଦ୍ଧା ଏହି ହାତୀଗୁଡିକ ଆନ୍ଧ୍ରର ବସନ୍ଧରା ଏବଂ ଓଡିଶାର ଭିନୋଳା, ବାପୁଜୀ ପେଣ୍ଠ ଅଞ୍ଚଳ ଦେଇ ଆନ୍ଧ୍ରର ସୀମାନ୍ତବର୍ତ୍ତୀ ମିଳିଆପୁଟି ନିକଟବର୍ତ୍ତୀ ଜଙ୍ଗଲରେ ରହିଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ହାତୀଙ୍କ ପାଇଁ କୌଣସି ସ୍ଥାନରେ କ୍ଷୟକ୍ଷତି ଘଟିନାହିଁ। ବିଗତ ବର୍ଷ ଗଜପତି ଜିଲାର ମହେନ୍ଦ୍ରଗିରି, ରାୟଗଡ, ଗୋଷାଣୀ ଏବଂ ପାରଳାଖେମୁଣ୍ଡି ଉପକଣ୍ଠ ସେଞ୍ଚରିଆନ ବିଶ୍ୱବିଦ୍ୟାଳୟ ନିକଟରେ ଥିବା ପାହାଡିଆ ଅଞ୍ଚଳରେ କେତେକ ହାତୀଙ୍କୁ ଦେଖିବାକୁ ମିଳିଥିଲା। ସେ ସମୟରେ ହାତୀମାନେ ଅନେକ ଫସଲ କ୍ଷୟକ୍ଷତି ଘଟାଇଥିଲେ। ପ୍ରାୟ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ସେମାନେ ଜିଲାର ବିଭିନ୍ନ ଜଙ୍ଗଲରେ ରହିଥିଲେ। ତେବେ ହାତୀଙ୍କ ପାଇଁ କୌଣସି କ୍ଷତି ଘଟି ନ ଥିଲେ ମଧ୍ୟ ଅଞ୍ଚଳବାସୀ ଭୟଭିତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri