ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ ଗିରଫ କରାଯାଇଛି। ଖବରରୁ ଜଣାପଡିଛି ଦାନ୍ତଓ୍ବୋଡା ଜିଲାରେ ମୁତୟନ ହୋଇଥିବା ପୋଲିସ ପକ୍ଷରୁ କିରଣ୍ଡୋଲ ଥାନା ଅନ୍ତର୍ଗତ ଗୁମିଆପାଲ ଜଙ୍ଗଲରେ ଏକ ସ୍ବତନ୍ତ୍ର ତଲାସି ଅଭିଯାନ ଆରମ୍ଭ ହୋଇଥିଲା। ପୋଲିସ ପକ୍ଷରୁ ସ୍ବତନ୍ତ୍ର ଅପରେଶନ ଚାଲିଥିବା ବେଳେ ଲାଲବାହିନୀ ପକ୍ଷରୁ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବା ନେଇ ଯୋଜନା ଚାଲିଥିବା ଖବର ପୋଲିସକୁ ମିଳିଥିଲା। ଫଳରେ ପୋଲିସ ଅତର୍କିତ ଭାବେ ଜଙ୍ଗଲରେ ଚଢାଉ କରିବାରୁ ଏହା ଦେଖି ମାଓବାଦୀମାନେ ପୋଲିସ ଉପରକୁ ଗୁଳିଚାଳନା କରିଥିଲେ। ଉଭୟପକ୍ଷଙ୍କ ମଧ୍ୟରେ ୨ଘଣ୍ଟା ଧରି ଗୁଳିଚାଳନା ହେବା ପରେ ପୋଲିସର ଜବାବି କାର୍ଯ୍ୟାନୁଷ୍ଠାନର ମୁକାବିଲା ମାଓବାଦୀମାନେ କରି ପାରି ନ ଥିଲେ। ଫଳରେ ପୋଲିସ ଗୁଳିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ମହିଳା ଥିବା ଜଣାପଡିଛି। ମୃତ ୨ ମାଓବାଦୀ ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ସଦସ୍ୟ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣା ସ୍ଥଳରୁ ଜଣେ ମହିଳା ମାଓବାଦୀଙ୍କୁ ଗିରଫ କରାଯାଇଛି। ୨ଟି ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ମୃତ୍ୟୁ ଘଟିଥିବା ମାଓବାଦୀଙ୍କ ପରିଚୟ ମିଳି ନାହିଁ। ଗିରଫ ହୋଇଥିବା ମହିଳା ମାଓବାଦୀଙ୍କ ସମ୍ପର୍କରେ ଅଧିକ ତଦନ୍ତ କରାଯାଉଛି ବୋଲି ଦାନ୍ତଓ୍ବୋଡା ଏସ୍‌.ପି. ଅଭିଷେକ ପଲ୍ଲଭ କହିଛନ୍ତି। ଅନ୍ୟପକ୍ଷରେ ଅଧିକ ତଦନ୍ତ ଚାଲିଥିବାରୁ ପୋଲିସ ଗିରଫ ମହିଳା ମାଓବାଦୀଙ୍କ ସମ୍ପର୍କରେ କିଛି କହିବାକୁ ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri