ସୀମାରେ ମୋବାଇଲ ସେବା ବନ୍ଦକଲା ବାଂଲାଦେଶ

ଢ଼ାକା,୧ା୧: ଭାରତୀୟ ସୀମାକୁ ଲାଗି ୧ କି.ମି. ଅଞ୍ଚଳ ପର୍ଯ୍ୟନ୍ତ ମୋବାଇଲ ସେବାକୁ ବାଂଲାଦେଶ ସରକାର ବନ୍ଦ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଦର୍ଶାଯାଇଛି। ଫଳରେ ସୀମାରେ ଥିବା ୩୨ ଜିଲାର ୧୦ ନିୟୁତ ମୋବାଇଲ ଉପଭୋକ୍ତା ଏହା ଦ୍ୱାରା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବାଂଲାଦେଶ ଟେଲିକମ୍ୟୁନିକେଶନ ରେଗୁଲେଟୋରି କମିଶନ(ବିଟିଆର୍‌ସି) ପକ୍ଷରୁ ସମସ୍ତ ଗ୍ରାମୀଣ ଫୋନ, ଟେଲିଟକ୍‌, ରୋବି ଓ ବାଂଲାଲିଙ୍କ୍‌ ସେବା ବନ୍ଦ କରାଯିବା ସହ ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି କୁହାଯାଇଛି। ବାଂଲାଦେଶ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ପ୍ରକାଶ। ବିଟିଆର୍‌ସି ଅଧ୍ୟକ୍ଷ ଜହୁରୁଲ୍‌ ହକ୍‌ ଏନେଇ କୌଣସି ଟିପ୍ପଣୀ ଦେବାକୁ ମନା କରିଦେଇଛନ୍ତି।
ଗୃହମନ୍ତ୍ରୀ ଆସାଦୁଜମାନ ଖାନ୍‌ କମାଲ ଓ ବୈଦେଶିକ ମନ୍ତ୍ରୀ ଏ.କେ. ଅବ୍‌ଦୁଲ ମେନନ୍‌ ସରକାରଙ୍କ ଏଭଳି ନିଷ୍ପତ୍ତି ସମ୍ପର୍କରେ ଜାଣି ନ ଥିବା କହିଛନ୍ତି। ପ୍ରକାଶଥାଉ କି, ଭାରତ ସରକାର ସିଏଏ ପାଶ୍‌କରିବା ପରଦିନ ବାଂଲାଦେଶ ସରକାରଙ୍କ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଭାରତରେ ବେଆଇନ ଭାବେ ରହୁଥିବା ମୁସ୍‌ଲିମଙ୍କୁ ବିଦା କରିବା ଲାଗି କେନ୍ଦ୍ର ସରକାର ସିଏଏ ଆଣିଥିବାବେଳେ ବାଂଲାଦେଶ ଭୟଭୀତ ହୋଇପଡ଼ିଥିବା କୁହାଯାଉଛି। ପୂର୍ବରୁ ବାଂଲାଦେଶ ମନ୍ତ୍ରୀ ମେନନ୍‌ ଓ ଖାନ୍‌ ଏନେଇ ଭାରତ ଗସ୍ତ ବାତିଲ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri