Posted inଖେଳ

ସୁଇସ୍‌ ଓପନ୍‌, ୟୁରୋପିଆନ ଚାମ୍ପିୟନଶିପ୍‌ ବାତିଲ

ନୂଆଦିଲ୍ଲୀ, ୧୧।୬(ପି.ଟି.)- କୋଭିଡ-୧୯ ସଂକ୍ରମଣ କାରଣରୁ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ୟାଲେଣ୍ଡର ପ୍ରଭାବିତ ହେବାରେ ଲାଗିଛି। ବିକଳ୍ପ ସମୟ ନ ପାଇବା କାରଣରୁ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ) ଚଳିତ ବର୍ଷର ସୁଇସ୍‌ ଓପନ ଏବଂ ୟୁରୋପିଆନ ଚାମ୍ପିୟନଶିପ୍‌କୁ ବାତିଲ କରିଛି। ପୂର୍ବରୁ ଉଭୟ ପ୍ରତିଯୋଗିତାକୁ ସ୍ଥଗିତ ରଖା ଯାଇଥିଲା। ସୁହାଇଲାଭଳି ବିକଳ୍ପ ସମୟ ମିଳିଲେ ଏହା ହେବ ବୋଲି ବିଡବ୍ଲ୍ୟୁଏଫ ପକ୍ଷରୁ କୁହା ଯାଇଥିଲା। ଏଚଏସବିସି ବିଡବ୍ଲ୍ୟୁଏଫ ଓ୍ବାଲର୍‌ଡ ଟୁର୍‌ର ଏକ ସୁପର ୩୦୦ ଇଭେଣ୍ଟ ସୁଇସ୍‌ ଓପନ ୨୦୨୦ ମାର୍ଚ୍ଚ ୧୭ରୁ ୨୨ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର କରୋନା ଭାଇରସ ସଂକ୍ରମଣ ଯୋଗୁ ଏହାକୁ ସ୍ଥଗିତ ରଖା ଯାଇଥିଲା। ସୁଇସ୍‌ ବ୍ୟାଡ୍‌ମିଣ୍ଟନ ଏବଂ ଆୟୋଜକଙ୍କ ସହ ବିଡବ୍ଲ୍ୟୁଏଫ କ୍ରମାଗତ ଯୋଗାଯୋଗରେ ରହି ଆସିଥିଲା। ମାତ୍ର ଏହି ପ୍ରତିଯୋଗିତା ଆଉ ଆୟୋଜନ ସମ୍ଭବ ନୁହେଁ ବୋଲି ସ୍ପଷ୍ଟ ହୋଇଥିଲା। ୨୦୧୯ ସୁଇସ୍‌ ଓପନରେ ଭାରତର ବି. ପ୍ରଣୀଥ ରନର୍ସଅପ୍‌ ହୋଇଥିଲେ। ପୁରୁଷ ସିଙ୍ଗଲ୍ସ ଫାଇନାଲରେ ସେ ଚାଇନାର ଶି ୟୁକିଙ୍କଠାରୁ ହାରିଥିଲେ। ସେହିପରି ୟୁରୋପିଆନ ଚାମ୍ପିୟନଶିପ୍‌ ଏପ୍ରିଲ ୨୧ରୁ ୨୬ ପର୍ଯ୍ୟନ୍ତ ହେବାର ଥିଲା। ସେତେବେଳେ ତାହାକୁ ସ୍ଥଗିତ ରଖା ଯାଇଥିବାବେଳେ ଏବେ ତାହା ବାତିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?