Posted inଖେଳ

ସୁଦିରମାନ କପରୁ ଭାରତର ବିଦାୟ

ନାନ୍ନିଂ(ଚାଇନା),୨୨।୫(ପିଟି)- ସୁଦିରମାନ କପ୍‌ ଦଳଗତ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଭାରତ ବିଦାୟ ନେଇଛି। ବୁଧବାର ଅନୁଷ୍ଠିତ ଚାଇନା ବିପକ୍ଷ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତ ଏକତରଫା ଭାବେ ୦-୫ ବ୍ୟବଧାନରେ ପରାସ୍ତ ହୋଇଛି। ମାଲେସିଆଠାରୁ ୩-୨ରେ ପରାସ୍ତ ହୋଇଥିବା ଭାରତକୁ ନକ୍‌ଆଉଟ୍‌ ପର୍ଯ୍ୟାୟରେ ପ୍ରବେଶ କରିବା ପାଇଁ ୧୦ ଥର ଚାମ୍ପିୟନ ଚାଇନାକୁ ହରାଇବାର ଆବଶ୍ୟକତା ଥିଲା। ପ୍ରଥମେ ଭାରତୀୟ ମିକ୍ସଡ୍‌ ଡବଲ୍ସ ବର୍ଗରେ ଜେରି ଚୋପ୍ରା ଓ ଏନ୍‌. ସିକ୍କି ରେଡ୍ଡୀଙ୍କ ଯୋଡ଼ି ପରାସ୍ତ ହୋଇଥିଲେ। କିଡାମ୍ବି ଶ୍ରୀକାନ୍ତ ଆହତ ହେବାରୁ ସମୀର ବର୍ମା ପୁଣି ପୁରୁଷ ସିଙ୍ଗଲ୍ସ ମ୍ୟାଚ୍‌ ଖେଳିଥିଲେ। ସମୀର ୧୭-୨୧, ୨୦-୨୨ ସିଧାସଳଖ ଗେମ୍‌ରେ ଅଲିମ୍ପିକ୍‌ ଚାମ୍ପିୟନ ଚେନ ଲଙ୍ଗଙ୍କଠାରୁ ହାରି ଯାଇଥିଲେ। ଫଳରେ ମୁକାବିଲାରେ ଭାରତ ୦-୨ରେ ପଛୁଆ ଥିଲା। ପୁରୁଷ ଡବଲ୍ସ ବର୍ଗରେ ନିଶ୍ଚିତ ବିଜୟ ଆବଶ୍ୟକ ଥିଲା। କିନ୍ତୁ ସାତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ ଚିରାଗ ସେଟ୍ଟିଙ୍କ ଯୋଡ଼ିର ପରାଜୟ ସହ ଟୁର୍ନାମେଣ୍ଟରୁୁ ଭାରତର ବିଦାୟ ହୋଇଛି। ଏହାପରେ ମହିଳା ସିଙ୍ଗଲ୍ସ ବର୍ଗରେ ସାଇନା ନେହ୍ବାଲ ଓ ଡବଲ୍ସ ବର୍ଗରେ ଅଶ୍ୱିନ ପୁନ୍ନାପ୍ପା-ସିକ୍କି ମଧ୍ୟ କିଛି କମାଲ କରିପାରି ନ ଥିଲେ। ୨୦୧୧ ଓ ୨୦୧୭ ସଂସ୍କରଣରେ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା, ଯାହାକି ଶ୍ରେଷ୍ଠ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri