ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ ଧାନକିଣା ହେବା ଓ ରାଜ୍ୟରେ ୨ ଟଙ୍କିଆ ଚାଉଳ ଯୋଗାଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ସେ ଏବିଭିପି ରାଷ୍ଟ୍ରୀୟ ସମ୍ପାଦକ କାର୍ଯ୍ୟ ସହ ରାଜ୍ୟ ଭାଜପାର ବିଭିନ୍ନ ସଙ୍ଗଠନ ଦାୟିତ୍ୱରେ କାର୍ଯ୍ୟ କରିବା ସହ ବର୍ତ୍ତମାନ ଦଳର ମୁଖପାତ୍ର ରୂପେ ଅବସ୍ଥାପିତ ଅଛନ୍ତି। ସେ ଜଟଣୀ ବିଧାନସଭା ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେହିପରି ଭାଜପା ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଭାରତ ହେଭି ଇଲେକ୍ଟିକାଲ ଲିମିଟେଡ୍‌ର ସ୍ବାଧୀନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri