ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନୁମୋଦିତ ଡାକ୍ତର ପଦବୀ ସଂଖ୍ୟା ୫୮ ଥିବାବେଳେ ଅଛନ୍ତି ମାତ୍ର ୨୨। ଜିଲାର କେବଳ ବିରିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବାଦଦେଲେ ଅନ୍ୟ ବ୍ଲକ ଅଞ୍ଚଳରେ ପ୍ରସୂତି ଓ ସ୍ତ୍ରୀ ରୋଗ ପରାମର୍ଶଦାତା ନାହାନ୍ତି। ରାଜ୍ୟର ଅନେକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ, ସିଟି ସ୍କାନ୍‌, ଏମ୍‌ଆର୍‌ଆଇ ଭଳି ଅତ୍ୟାଧୁନିକ ଯନ୍ତ୍ରପାତି ଓ ସେବା ଉପଲବ୍ଧ ହେଉଥିବା ବେଳେ ଜଗତ୍‌ସିଂହପୁର ଜିଲାକୁ ଅଣଦେଖା କରାଯାଉଛି। ବଡ଼ କଥା ହେଲା ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଧିକାଂଶ ସମୟରେ ଗୁରୁତର ରୋଗୀ ପହଞ୍ଚୁଛନ୍ତି। କିନ୍ତୁ ଆଇସିୟୁ (ଇଣ୍ଟେନସିଭ୍‌ କେୟାର ୟୁନିଟ୍‌) ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଉଛି। ଏହି ସମୟରେ ଅନେକଙ୍କ ମୃତ୍ୟୁ ହେଉଥିବା ମଧ୍ୟ ନଜିର ରହିଛି। ସରକାର ଏଥିପ୍ରତି ସ୍ବତନ୍ତ୍ର ଭାବେ ଧ୍ୟାନ ଦେବା ଉଚିତ ବୋଲି ଦାବି ହେଉଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଭିତ୍ତିଭୂମି ଅସଜଡା। ୧୯୯୩ ମସିହାରେ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ଥିଲା ୧୨୬। ତେବେ ୨୬ ବର୍ଷ ପରେ ମଧ୍ୟ ଏହି ସଂଖ୍ୟା ଅପରିବର୍ତ୍ତିତ ରହିଛି। ଆଶୁ ଚିକିତ୍ସା କେନ୍ଦ୍ର (କାଜୁଆଲିଟି) ମଧ୍ୟ ପୂର୍ବପରି ଚାଲିଛି। ଆଇସିୟୁ ନାହିଁ। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସମ୍ପର୍କୀୟଙ୍କ ପାଇଁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଯେଉଁ କାରଣରୁ ଅନେକ ଲୋକ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରୋଗୀ ସମ୍ପର୍କୀୟଙ୍କ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ଚକ୍ଷୁ ଓ ରୋଷଶାଳା ମଧ୍ୟରେ ପାଖାପାଖି ୩ ହଜାର ବର୍ଗ ଫୁଟ ଜମିରେ ୪ ତାଲା ବିଲ୍ଡିଂ ନିର୍ମାଣ କରାଯିବାକୁ ପ୍ରସ୍ତାବ ରହିଛି। ପ୍ରାଥମିକ ପର୍ଯ୍ୟାୟରେ ୨ ତଳ ବିଶିଷ୍ଟ ବିଲ୍ଡିଂ ନିର୍ମାଣ ପାଇଁ ପାଖାପାଖି ୨ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏଥିରେ ରୋଗୀ ସମ୍ପର୍କୀୟ ବସିବା ପାଇଁ ତଳ ଓ ଉପର ମହଲାରେ ହଲ୍‌ ରହିବ। ହଲ୍‌ଗୁଡିକରେ ଏସି ବ୍ୟବସ୍ଥା କରାଯିବ। ଏଥିସହ ପାର୍କିଂ, ଲିଫ୍ଟ, ଶିଡି ଆଦିର ବ୍ୟବସ୍ଥା ହେବ। ଏହି ପରିସରରେ କ୍ୟାଣ୍ଟିନ୍‌ ବ୍ୟବସ୍ଥା ସାଙ୍ଗକୁ ଏଲ୍‌ଇଡି ଲାଗିବ। ତଳ ଓ ଉପର ମହଲାରେ ମହିଳା ଓ ପୁରୁଷଙ୍କ ପାଇଁ ପୃଥକ ଭାବେ ୪ଟି ଲେଖାଏ ୮ଟି ପାଇଖାନା ଏବଂ ଗାଧୁଆ ଘର ନିର୍ମାଣ ହେବ। ଏସବୁ ପ୍ରସ୍ତାବ ସରକାରଙ୍କ ନିକଟକୁ ଯାଇଥିବା କୁହାଯାଉଛି। ବାସ୍ତବରେ କିନ୍ତୁ ସରକାରୀ ଅନୁମୋଦନ ଲାଭ କରିନାହିଁ। ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ ନିର୍ମାଣ ପାଇଁ ପାଖାପାଖି ୩ ବର୍ଷ ହେବ ଉଦ୍ୟମ ହୋଇଥିବାବେଳେ ଜମି ହସ୍ତାନ୍ତର ପ୍ରକ୍ରିୟା ନିକଟରେ ସରିଛି। ନିର୍ମାଣ କାମ ଆରମ୍ଭ ହେବାକୁ ଆହୁରି ସମୟ ଲାଗିବ। ଏହିପରି ଅନେକ ସମସ୍ୟା ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରୁଛି। ରାଜ୍ୟ ସରକାର ଏଥିପ୍ରତି ଧ୍ୟାନ ଦେବାକୁ ଦାବି ହେଉଛି।
– ପ୍ରମୋଦ କୁମାର ନାୟକ


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri