ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର ଗ୍ୟାଲେରିରେ ସଂରକ୍ଷିତ କରି ରଖାଯିବ। ସୁନନ୍ଦାଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ଅନେକ କାର୍ଯ୍ୟକ୍ରମ କରିବାକୁ ଘୋଷଣା କରିଛନ୍ତି। ସେହି ଅନୁଯାୟୀ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରାରମ୍ଭିକ ଉଦ୍ୟମ ଆରମ୍ଭ ହୋଇଛି।
ସୋମବାର ବିଭାଗର ଅଧିକାରୀମାନେ ପୁରୀରେ ଥିବା ସୁନନ୍ଦାଙ୍କ ଘର ପରିଦର୍ଶନ କରିଛନ୍ତି। ଘରଟି ଏବେ ପରିତ୍ୟକ୍ତ ହୋଇପଡ଼ିିଛି। ବାହାର ପାଚେରି ଏବଂ ଘରର କେତେକ ଅଂଶ ଭାଙ୍ଗି ଗଛ ଉଠିଯାଇଛି। ବାହାର ଗ୍ରୀଲ ଖୋଲାଥିବାବେଳେ ୨ଟି ବଖରାରୁ ଗୋଟିଏରେ ତାଲା ପଡ଼ିଛି। ଛାତ ଉପର ଶିଡ଼ି କବାଟ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଏସବୁକୁ ଦେଖି ଅଧିକାରୀମାନେ ରିପୋର୍ଟ ପ୍ରସ୍ତୁତ କରିଛନ୍ତି। ସେହିପରି ଆସନ୍ତା ୨୦ ତାରିଖରେ ଅଧିକାରୀମାନେ ତାଙ୍କ କଟକ ବାସଭବନ ପରିଦର୍ଶନରେ ଯିବେ ବୋଲି ଜଣାପଡ଼ିିଛି। ଦୁଇଟିଯାକ ବାସଭବନ ବୁଲିବା ପରେ ସେମାନେ ବିଭାଗୀୟ ଶାସନ ସଚିବଙ୍କୁ ରିପୋର୍ଟ ଦେବେ। ରିପୋର୍ଟକୁ ଆଧାର କରି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନିଆଯିବ। ସୋମବାର ପୁରୀ ଆସିଥିବା ଅଧିକାରୀଙ୍କ ମଧ୍ୟରେ ରାଜ୍ୟ ସଂଗ୍ରହାଳୟର କ୍ୟୁରେଟର ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ସୁଚିସ୍ମିତା ମନ୍ତ୍ରୀ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟାପକ ପ୍ରଦୀପ କୁମାର ଦାସ, ସଂଗ୍ରହାଳୟର ଏମ୍‌. ସଞ୍ଜୀବ କୁମାର ସାମିଲ ଥିଲେ। ସେମାନଙ୍କ ସହିତ ସୁନାବେଶ ଭଜନ ସମାରୋହ ସମିତି ସାଧାରଣ ସମ୍ପାଦକ ମନୋଜ କୁମାର ଦାସମହାପାତ୍ର, ଅଭିନନ୍ଦିନିକା ସମ୍ପାଦକ ଶ୍ୟାମପ୍ରକାଶ ସେନାପତି ଉପସ୍ଥିତ ଥିଲେ।
ସୂଚନାଥାଉ କି, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ସୁନନ୍ଦାଙ୍କୁ ସଙ୍ଗୀତ ସାଧନା ପାଇଁ ପୁରୀରେ ପ୍ରାୟ ୨ ଏକର ଜମି ପ୍ରଦାନ କରିଥିଲେ। ସୁନନ୍ଦାଙ୍କ ବିୟୋଗ ପରେ ପୁରୀର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଏକାଧିକ ଦାବି ରଖାଯାଇଥିଲା। ସୁନନ୍ଦାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପ୍ରଦାନ, ପୁରୀ ବାସଗୃହକୁ ଜବରଦଖଲ ମୁକ୍ତ କରି ସରକାର ତାହାକୁ ସଙ୍ଗୀତ ସ୍ମାରକୀ ଘୋଷଣା କରିବା, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ତାଙ୍କ ନାମରେ ଚେୟାର ପ୍ରତିଷ୍ଠା କରାଯିବା ଆଦି ଦାବି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri