ସୁନା ଚେନ୍‌ ଲୁଟ୍‌ ଘଟଣା, ୪ ଗିରଫ: ୬ ସୁନା ଚେନ, ଏକ ଅଟୋ, ବାଇକ୍‌ ଜବତ

ଫୁଲନଖରା,୧୯।୭(ଡି.ଏନ୍‌.ଏ.)- କଟକ ସଦର ପୋଲିସ ଫୁଲନଖରା ଓଭରବ୍ରିଜଠାରୁ ଗୋପାଳପୁର ମଧ୍ୟରେ ନିୟମିତ ରାସ୍ତାରେ ସୁନାଚେନ ଚୋରି କରୁଥିବା ଦୁଇ ଲୁଟେରାଙ୍କୁ ଓ ଚୋରି ସୁନା କିଣୁଥିବା ଦୁଇ ଦୋକାନୀଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିିିଛି। ସେମାନେ ହେଲେ ବାରଙ୍ଗ ଥାନା ଜୟପୁର ସାମଲ ସାହିର ଆଲୋକ ସାମଲ(୨୪), ବିକାଶ ନାୟକ ଓରଫ ଅନୁ(୨୨), ପ୍ରଶାନ୍ତ ନାୟକ ଓରଫ ବାଟୁଆ(୩୭) ଓ ଭଦ୍ରକ ଧାମନଗର ଅଞ୍ଚଳର ଆଶିଷ କୁମାର ସାହୁ(୩୨)। ପୋଲିିସ ସେମାନଙ୍କଠାରୁ ୪୦ଗ୍ରାମ ଓଜନର ୬ଟି ସୁନାଚେନ, ଗୋଟିଏ ଓଡି ୦୫ ଏସି ୫୩୦୦ନଂ ବିଶିଷ୍ଟ ଅଟୋ, ଓଡି ୦୫ଏମ ୭୪୬୩ ନଂ ବିଶିଷ୍ଟ ଏକ କଳାରଙ୍ଗର ପଲସର ବାଇକ ଓ ୩ଟି ମୋବାଇଲ ଫୋନ ଜବତ କରିଛି। ଏ ନେଇ ଥାନାରେ ନଂ ୩୦୪/୨୦୧୯ରେ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଗତ ସୋମବାର ଜଗତ୍‌ସିଂହପୁର ତିର୍ତ୍ତୋଲ ଥାନା ଅନ୍ତର୍ଗତ ତନରା ଗ୍ରାମର ଧ୍ରୁବଚରଣ ଓଝା ନିଜ ସ୍କୁଟିରେ ସ୍ତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କଟକ ଫେରୁଥିଲେ। ଆଲୋକ ଓ ଅନୁ ପୂର୍ବରୁ ବାଇକରେ ତାଙ୍କର ପିଛାକରି ଫୁଲନଖରା ଛକ ଓଭରବ୍ରିଜ ଉପରୁ ଧ୍ରୁବଙ୍କ ସ୍ତ୍ରୀଙ୍କ ବେକରୁ ସୁନାଚେନ ଝାମ୍ପିବା ପାଇଁ ଉଦ୍ୟମ କରୁଥିବାବେଳେ ସେ ଲୁଟେରାଙ୍କ ଟି-ଶାର୍ଟକୁ ଧରି ଟାଣିଦେଇଥିଲେ। ଫଳରେ ଉଭୟେ ରାସ୍ତାରେ ପଡିଯାଇଥିଲେ। ଏହି ସମୟରେ ଦମ୍ପତିଜଣଙ୍କ ପାଟିକରିବାରୁ ଲୁଟେରାଦ୍ୱୟ ଚେନ ଲୁଟି ବ୍ରିଜ ଉପରୁ ତଳକୁ ଡେଇଁ ପଡିଥିଲେ। ସେଠାରୁ ଆଲୋକ ଫେରାର ହୋଇଯାଇଥିବାବେଳେ ସ୍ଥାନୀୟ ଲୋକେ ଅନକୁ କାବୁ କରି ପୋଲିସକୁୁ ଖବର ଦେଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଅନୁକୁ ଥାନାକୁ ନେଇ ପଚରାଉୁଚରା କରିବା ପରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଗୁରୁବାର ଧରିବାରେ ସକ୍ଷମ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri