ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି

ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିଛି। ବହୁ ଲୋକଙ୍କ ଘରେ ପାଣି ପଶିବା ସହ ଯାତାୟାତରେ ସମସ୍ୟା ହେଉଛି। ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଏହାର ସମାଧାନ ଦାବିରେ ଲୋକେ ଏନ୍‌ଏସି କାର୍ଯାଳୟକୁ ଯାଇ ନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୁନାରିତୋଟା ସାହିର ଜନସାଧାରଣଙ୍କ ଲାଗି ୨୦୧୧-୨୦୧୨ରେ ୬ ଲକ୍ଷ ୫୦ ହଜାର ଟଙ୍କାରେ କିଛିବର୍ଷ ତଳେ ନୂତନ ରାସ୍ତା ନିର୍ମାଣ କରାଯାଇଥିଲା। ମାତ୍ର ନିମ୍ନମାନର କାମ ସହ ରକ୍ଷଣାବେକ୍ଷଣ ଲାଗି ଏନ୍‌ଏସି କର୍ତ୍ତୃପକ୍ଷ ଗୁରୁତ୍ୱ ଦେଉ ନ ଥିବାରୁ ଏହା ଅତ୍ୟନ୍ତ ଦୟନିୟ ହୋଇପଡିଛି। ଅପରପକ୍ଷରେ ଏହି ରାସ୍ତା ନିକଟରେ ଗତ କିଛିଦିନ ତଳେ ୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଡ୍ରେନ ଓ ଆଉଏକ ରାସ୍ତା କାମ ମଧ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହେଉଛି। ଡ୍ରେନ୍‌ରେ ଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏଠାରେ ଖୁଣ୍ଟ ପୋତା ଯାଇଥିବାବେଳେ ଷ୍ଟ୍ରିଟ୍‌ ଲାଇନ ମଧ୍ୟ ଲାଗିନାହିଁ। ଏନେଇ ଜନସାଧାରଣ ଏନ୍‌ଏସି କାର୍ଯାଳୟକୁ ଯାଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ନଚେତ୍‌ ଏନ୍‌ଏସି ସମ୍ମୁଖ ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏହାକୁ ନେଇ ନିର୍ବାହୀ ଅଧିକାରୀ ଏ. ନାଗେଶ୍ୱର ରାଓଙ୍କ ସମେତ କର୍ମଚାରୀମାନେ ଘଟଣାସ୍ଥଳକୁ ଆସି ପରିସ୍ଥିତିକୁ ଦେଖି ଯଥାଶୀଘ୍ର ପାଣି ନିଷ୍କାସନ ବ୍ୟବସ୍ଥା କରିବା ସହ ରାସ୍ତା ସଫାସୁତୁରା ଓ ନିର୍ମାଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri