ସୁନାଲଟିଠାରେ କୁସୁମୀ ବ୍ୟାରେଜର ଶୁଭାରମ୍ଭ : ୩ହଜାର ହେକ୍ଟର ଜମିକୁ କରିବ ଜଳସେଚନ

ନୟାଗଡ଼ ଅଫିସ,୧ା୧୨- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ପଞ୍ଚାୟତ ସୁନାଲଟିଠାରେ କୁସୁମୀ ବ୍ୟାରେଜ (ଜଳସେଚନ ପ୍ରକଳ୍ପ) କାର୍ଯ୍ୟର ଶନିବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ନିକଟସ୍ଥ ଆମ୍ବତୋଟାଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନୟାଗଡ଼ ଜଳସମ୍ପଦ ନିର୍ବାହୀ ଯନ୍ତ୍ରୀ ଅମରେନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ ହୋଇଥିବା ଏହି ବୈଠକରେ ମନ୍ତ୍ରୀ ସାହୁ ଯୋଗ ଦେଇ କୁସୁମୀ ବ୍ୟାରେଜ ଜନସାଧାରଣଙ୍କ ପ୍ରସ୍ତାବିତ ବ୍ୟାରେଜ ବୋଲି ମତବ୍ୟକ୍ତ କରିଥିଲେ। ତଳସ୍ତରରୁ ଜନସାଧାରଣଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ଏହି ବ୍ୟାରେଜ ନିର୍ମାଣ କରାଯାଇଥିବାରୁ ଏହା ସଫଳ ହେବ ବୋଲି ମନ୍ତ୍ରୀ ସାହୁ ପ୍ରକାଶ କରିଥିଲେ। ବ୍ୟାରେଜ ହେବା ଦ୍ୱାରା ୩ଟି ବ୍ଲକର ୩୯ଟି ଗ୍ରାମର ୩୦୦୦ ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ। ବ୍ୟାରେଜ ନିର୍ମାଣ ସମୟରେ ଯେଉଁ ଚାଷୀମାନଙ୍କ ଜମି ଯାଉଛି ସେମାନଙ୍କ ଜମିକୁ ବିଭାଗ ନିକଟରେ ହସ୍ତାନ୍ତର କରିବା ପାଇଁ ଅନୁରୋଧ କରିଥିଲେ। ସେହିଭଳି ଆଗାମୀ ଦିନରେ ଜିଲାର ଉନ୍ନତି ପାଇଁ ୪ ବିଧାୟକ ଏକାଠି ହୋଇ ଲଢ଼ିବେ ବୋଲି ସାହୁ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗ ଦେଇ ଏହି ବ୍ୟାରେଜ ଚାଷୀମାନଙ୍କ ପାଇଁ ବରଦାନ ସଦୃଶ ବୋଲି ପ୍ରକାଶ କରିିଥିଲେ। ବୃତ୍ତଙ୍ଗ ଜଳସେଚନ ଯୋଜନା କେନ୍ଦ୍ରରେ ଅଟକିଥିବା ବେଳେ ତାହାକୁ କିପରି ତ୍ୱରାନ୍ବିତ କରିବା ସେ ଦିଗରେ ଧ୍ୟାନ ଦିଆଯାଉ ବୋଲି କହିଥିଲେ। ଜିଲାର କୃଷକମାନଙ୍କ ପାଇଁ ଆହୁରି ଉନ୍ନତି କାର୍ଯ୍ୟ ହାତକୁ ନେବା ଲାଗି ଚେଷ୍ଟା ଜାରି ରହିବ ବୋଲି ବିଧାୟକ ପଟ୍ଟନାୟକ ପ୍ରକାଶ କରିଥିଲେ। ଲକ୍ଷ୍ୟଧାର୍ଯ୍ୟ ସମୟରେ ବ୍ୟାରେଜ କାମ ଶେଷ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ରଣପୁର ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ, ଜିଲାପାଳ ଡା. ପୋମା ଟୁଡୁ, ଏସ୍‌ପି ଶଶିଭୂଷଣ ଶତପଥୀ, ପିଡି (ଡିଆରଡିଏ) ସୁବାସ ଚନ୍ଦ୍ର ରାୟ, ଉପଜିଲାପାଳ ଲଗ୍ନଜିତ ରାଉତ, ନୟାଗଡ଼ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଜିଲା ପରିଷଦ ସଭ୍ୟା ଅରୁଣା ନାୟକ ପ୍ରମୁଖ ମଞ୍ଚାସୀନ ଅତିଥିଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ନୟାଗଡ଼ ବ୍ଲ୍ଳକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri