ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଦିବାକର ପ୍ରଥମ

କେନ୍ଦ୍ରାପଡ଼ା ଅଫିସ୍‌, ୩।୧୨: କେନ୍ଦ୍ରାପଡ଼ା ବ୍ଲକ ଗରାପୁର ଗ୍ରାମର ଦିବାକର ଗୋଚ୍ଛାୟତ ବେଙ୍ଗାଲୁର ସେଣ୍ଟ୍ରାଲ କଲେଜର ଜ୍ଞାନଜ୍ୟୋତି ଅଡିଟୋରିୟମ ହଲ୍‌ରେ ଇତିମଧ୍ୟରେ ଆୟୋଜିତ ଏସିଆ ପାସିଫିକ କାର୍ଯ୍ୟକ୍ରମର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାରତରୁ ପ୍ରତିନିଧିତ୍ୱ କରି ପ୍ରଥମ ହୋଇଛନ୍ତି। ଏଥିସହିତ ପୁରୁଷ ବର୍ଗରେ ଫିଜିକ୍‌ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି କୃତିତ୍ୱ ପାଇଁ ଜିଲା ଖେଳାଳି ଓ ବୁଦ୍ଧିଜୀବୀ ମହଲରେ ଦିବାକରଙ୍କୁ ପ୍ରଶଂସା କରାଯାଇଛି। ୱାର୍ଲଡ ଫିଟନେସ୍‌ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ବିଶ୍ୱର ୪୮ଟି ଦେଶର ପ୍ରତିଯୋଗୀ ଥିଲେ। ଏଥିରେ ଦିବାକର ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଗରାପୁର ଗ୍ରାମର ରଙ୍ଗଲତା ଗୋଚ୍ଛାୟତ ଓ ବାବାଜୀ ଗୋଚ୍ଛାୟତଙ୍କର କନିଷ୍ଠ ପୁତ୍ର ଦିବାକର ଏହି ଦୁଇଟି ପଦକ ସହ ଜାତୀୟସ୍ତରରେ ମୋଟ ପାଞ୍ଚଟି ପଦକ ହାସଲ କରିଛନ୍ତି। ଗତ ମେ‘ରେ କେରଳର କୋଚିଠାରେ ଆୟୋଜିତ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେହିପରି ୨୦୧୭ରେ ଝାଡ଼ଖଣ୍ଡର ରାଞ୍ଚି ଓ ୨୦୧୮ରେ ମହାରାଷ୍ଟ୍ରର ପୁଣେଠାରେ ଆୟୋଜିତ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଦୁଇଟି ପଦକ ହାସଲ କରିଥିବା କଟକସ୍ଥିତ ଷ୍ଟାର୍କ ଜିମ୍‌ର କୋଚ୍‌ ସୁବ୍ରତ ସାହୁ ଓ ଅଭିଯୋଗ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri