ସୁନ୍ଦରଗଡ଼ର କୁମ୍‌ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା

କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ ବଛା ଯାଇଛି। ଏଥି ମଧ୍ୟରୁ ସୁନ୍ଦରଗଡ଼ ଜିଲାରେ ଥିବା ସମସ୍ତ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମ୍‌ଝରିଆ ସରକାରୀ ୟୁଜି ହାଇସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ମାନ୍ୟତା ମିଳିଛି। ଗତ ସୋମବାର ତା୨୪।୨।୨୦୨୦ ରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିଠି ନଂ. ୪୩୦୬ରେ ଯୁଗ୍ମ ଶାସନ ସଚିବ ଡ.ପି.କେ ମିଶ୍ର ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ସୂଚନା ପ୍ରଦାନ କରିଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଶୁକ୍ରବାର କୁମ୍‌ଝରିଆ ସରକାରୀ ୟୁଜି ହାଇସ୍କୁଲର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ସାମଲଙ୍କୁ ସ୍କୁଲ ପରିଚାଳନା ସମିତି ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ସମଗ୍ର ବ୍ଲକ ଓ ଜିଲାସ୍ତରରେ ସରକାରୀ ୟୁଜି ହାଇସ୍କୁଲଭାବେ କୁମ୍‌ଝରିଆ ୟୁଜିହାଇସ୍କୁଲ ଏହି ଗୌରବ ହାସଲ କରିପାରିଥିବାରୁ ଆଗାମୀ ଦିନରେ ଜାତି/ଜନଜାତି ବହୁଳ କୁଆଁରମୁଣ୍ଡା ବ୍ଲକ ସମେତ ସମଗ୍ର ଜିଲା ଓ ଜିଲା ବାହାରର ଛାତ୍ରୀଛାତ୍ର ଶିକ୍ଷା କ୍ଷେତ୍ରରେ ବିଶେଷଭାବେ ଅଗ୍ରଗତି କରିପାରିବେ। ଉକତ୍ର୍ଷ ଶିକ୍ଷା କେନ୍ଦ୍ରର ମାନ୍ୟତା ଲାଭ ପରେ ଏହି ସ୍କୁଲରେ ସ୍ବତନ୍ତ୍ର ବିଜ୍ଞାନାଗାର, ପ୍ରଗତିଶୀଳ ଇଂରାଜୀ ଶିକ୍ଷା ଓ କ୍ରୀଡା କ୍ଷେତ୍ରର ବିକାଶ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉନ୍ନତ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ସ୍କୁଲର ଏହି ଗୌରବ ହାସଲ ପାଇଁ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକ,ପରିଚାଳନା ସମିତି ସଦସ୍ୟ ଓ ଶୁଭେଛୁମାନଙ୍କର ସମ୍ମିଳିତ ଉଦ୍ୟମ ଯୋଗୁ ସମ୍ଭବ ହୋଇଛି ବୋଲି ପ୍ରଧାନ ଶିକ୍ଷକ ସାମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri