ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ୨ଜଣ ଝାରଖଣ୍ଡ, ଜଣେ ପଶ୍ଚିମବଙ୍ଗ ଓ ଅନ୍ୟ ଜଣେ ଗୁଜୁରାଟ ଫେରନ୍ତା ବୋଲି ଜଣାପଡ଼ିଛି। ଜିଲାକୁ ଫେରିବା ପରେ ସମସ୍ତେ ସରକାରୀ କ୍ୱାରାଣ୍ଟାଇନରେ ଥିଲେ l ସେମାନଙ୍କ ସ୍ବାବ୍‌ ଟେଷ୍ଟ ପରୀକ୍ଷାରୁ ପଜିଟିଭ ଜଣାପଡ଼ିବା ପରେ ସମସ୍ତ ଆକ୍ରାନ୍ତଙ୍କୁ ଏବେ ରାଉରକେଲା କୋଭିଡ-୧୯ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l ସେମାନଙ୍କ ସମ୍ପୂର୍ଣ୍ଣ ଗସ୍ତ ବିବରଣୀ ଓ କଣ୍ଟାକ୍ଟ ଟ୍ରେସିଂ ଜାଣିବା ଲାଗି ଉଦ୍ୟମ ଜାରି ରହିଛି। ଏ ନେଇ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri