Posted inଜାତୀୟ

ସୁନ୍ନୀ ଓ୍ବାକଫ୍‌ ବୋର୍ଡ ଗଠନ କରିବ ଇଣ୍ଡୋ ଇସ୍ଲାମିକ୍‌ କଲଚର ଟ୍ରଷ୍ଟ

ନୂଆଦିଲ୍ଲୀ,୫।୨: ରାମମନ୍ଦିର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା ହୋଇଛି। ଏହାପରେ ସୁନ୍ନୀ ଓ୍ବାକଫ ବୋର୍ଡ ପକ୍ଷରୁ ବାବରୀ ମସଜିଦ୍‌ ନିର୍ମାଣ ପାଇଁ ଇଣ୍ଡୋ ଇସ୍ଲାମିକ୍‌ କଲଚର ଟ୍ରଷ୍ଟ ଗଠନ ନେଇ ଯୋଜନା ପ୍ରସ୍ତୁତ କରାଯାଇଛି। ମସଜିଦ୍‌ ପାଇଁ ଥିବା ପ୍ରସ୍ତାବିତ ୫ ଏକର ଜମିରେ ହସ୍ପିଟାଲ, ବିଦ୍ୟାଳୟ, ଇସ୍ଲାମିକ୍‌ ସଂସ୍କୃତି ବିକାଶ ଅନୁଷ୍ଠାନ, ଲାଇବ୍ରେରୀ, ସର୍ବସାଧାରଣ ଉପଯୋଗୀ କାର୍ଯ୍ୟଧାରା ପ୍ରସ୍ତୁତ କରୁଥିବା ଅନୁଷ୍ଠାନ ଆଦି ନିର୍ମାଣ କରାଯିବାର ଯୋଜନା ଥିବା ସୁନ୍ନୀ ଓ୍ବାକଫ ବୋର୍ଡ କହିଛି। ସରକାରଙ୍କଠାରୁ ଜମି ମିଳିବା ପରେ ଏନେଇ କାର୍ଯ୍ୟ ଧାରା ପ୍ରସ୍ତୁତ କରାଯିବ। ଏ ସମ୍ପର୍କିତ ଏକ ବୈଠକ ଫେବୃୟାରୀ ୨୪ରେ ବସିବାର ସମ୍ଭାବନା ରହିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଟ୍ରଷ୍ଟର ଅଧ୍ୟକ୍ଷ ପଦ ସୁନ୍ନୀ ଓ୍ବାକଫ୍‌ ବୋର୍ଡର ମୁଖ୍ୟ ରହିବେ। ସୂଚନାଯୋଗ୍ୟ, ସମ୍ପ୍ରତି ବୋର୍ଡର ମୁଖ୍ୟ ଭାବେ ଜୁଫର ଫାରୁକି କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

ବୀମା ଟଙ୍କା ଲୋଭରେ ସ୍ତ୍ରୀ ଉପରେ ଗାଡ଼ି ଚଢାଇ ଦେଲେ ସ୍ବାମୀ

ହମ୍ମିରପୁର, ୩ା୮ (ଉତ୍ତର ପ୍ରଦେଶ): ୪୪ ଲକ୍ଷ ଟଙ୍କାର ବୀମା ରାଶି ହଡ଼ପ କରିବା ଲୋଭରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି।…

ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର,୩ା୮: ଭୁବନେଶ୍ବରସ୍ଥିତ ପାତ୍ରପଡ଼ାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ସୂତା ଫ୍ୟାକ୍ଟ୍ରି…

ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ…

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri