ସୁପ୍ରିମକୋର୍ଟ ଗଲା ମିସ୍ତ୍ରି-ଟାଟାସନ୍ସ ମାମଲା

ନୂଆଦିଲ୍ଲୀ,୩-୧: ଟାଟାସନ୍ସର ଅଧ୍ୟକ୍ଷ ଭାବେ ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କୁ ଅବସ୍ଥାପିତ କରାଇବା ଲାଗି ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରିବା ଲାଗି ଟାଟା ଗ୍ରୁପକୁ ୧ ମାସ ସମୟ ଦିଆଯାଇଥିଲା। ଏନ୍‌ସିଏଲ୍‌ଏଟି ରାୟ ବିରୋଧରେ ଟାଟାସନ୍ସ ଗୁରୁବାର ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛି। ଜାନୁୟାରୀରେ ଟିସିଏସ୍‌ର ବୋର୍ଡ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ଧ୍ୟାନରେ ରଖି ଏନ୍‌ସିଏଲ୍‌ଏଟିଙ୍କ ରାୟକୁ ସ୍ଥଗିତ କରିବାକୁ ଟାଟା ଗ୍ରୁପ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ନିବେଦନ କରାଯାଇଛି। ଗତ ୩ ବର୍ଷ ତଳେ ଏକ ବିଦାଦୀୟ ସ୍ଥିତିରେ ସାଇରସ ମିସ୍ତ୍ରିଙ୍କୁ ଟାଟାଗ୍ରୁପର ଅଧ୍ୟକ୍ଷ ପଦବୀରୁ ହଟାଯାଇଥିଲା। ମାତ୍ର ଚଳିତ ବର୍ଷ ଡିସେମ୍ବରରେ ଏନ୍‌ସିଏଲ୍‌ଏଟି ମିସ୍ତ୍ରିଙ୍କୁ ଟାଟା ଗ୍ରୁପ ଅଧ୍ୟକ୍ଷ ପଦବୀରେ ପୁନଃ ଅବସ୍ଥାପିତ କରିବା ଲାଗି ରାୟ ଦେଇଥିଲେ। ଟାଟା ସନ୍ସ ଅଧ୍ୟକ୍ଷ ପଦବୀରେ ଏନ୍‌ .ଚନ୍ଦ୍ରଶେକରନଙ୍କ ନିଯୁକ୍ତିକୁ ଟ୍ରିବ୍ୟୁନାଲ ବେଆଇନ ବୋଲି ଦର୍ଶାଇଥିଲେ। ଏହି ମାମଲାର ତ୍ୱରିତ ଶୁଣାଣି ଲାଗି ଟାଟା ଗ୍ରୁପ ପକ୍ଷରୁ ମାମଲା ଲଢୁଥିବା ଓକିଲ ସୁପ୍ରିମକୋର୍ଟକୁ ନିବେଦନ କରିଛନ୍ତି। ମାତ୍ର ସୁପ୍ରିମକୋର୍ଟ ୬ ଜାନୁୟାରୀରେ ଖୋଲିବ ବୋଲି ଜଣାପଡିଛି। ଏହା ପରେ ଯାଇ ଏହି ମାମଲାର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri