ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍‌ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍‌ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ

କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟ ଏବଂ ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ଓଡ଼ିଶା ହାଇକୋର୍ଟ ବାର୍‌ ସମେତ ୬୮ଟି ବାର୍‌ ଆସୋସିଏଶନକୁ ଆନ୍ଦୋଳନରୁ ଓହରିଯିବାକୁ ଚରମବାଣୀ ଶୁଣାଇଛନ୍ତି। ମାତ୍ର ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ଆନ୍ଦୋଳନ ଜାରି ରଖିବ ବୋଲି ସଭାପତି ଗୋପାଳକୃଷ୍ଣ ମହାନ୍ତି ମଙ୍ଗଳବାର କହିଛନ୍ତି। ଏ ନେଇ ଦେଶର ପ୍ରମୁଖ ବାର୍‌ ଆସୋସିଏଶନ ସହ ଯୋଗାଯୋଗ କରାଯାଉଛି। ଆସନ୍ତା ୧ ତାରିଖରେ ହେବାକୁ ଥିବା ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ସୁପ୍ରିମକୋର୍ଟ ଏବଂ ବିସିଆଇ ଚିଠିକୁ ନେଇ ଆଲୋଚନା କରାଯାଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର ହେବ ବୋଲି ସେ କହିଛନ୍ତି।
ପ୍ରକାଶଥାଉ କି, କଲେଜିୟମ ବ୍ୟବସ୍ଥାରେ ସୁଧାର, ନ୍ୟାଶନାଲ ଜୁଡ଼ିସିଆଲ୍‌ ଆପଏଣ୍ଟମେଣ୍ଟ କମିଶନଙ୍କ ଦ୍ୱାରା ହାଇକୋର୍ଟ ବିଚାରପତି ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ ଆଦି ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ ଚାଲିଛି। ଆସୋସିଏଶନ ପକ୍ଷରୁ ପ୍ରଥମେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ କରାଯାଇଥିଲା। ଗତ ୧୪ ତାରିଖରେ ହାଇକୋର୍ଟଙ୍କ ସମସ୍ତ ଖଣ୍ଡପୀଠଙ୍କ ଅଦାଲତକୁ ଆଇନଜୀବୀ ବର୍ଜନ କରିଥିଲେ। ପରେ ଏହି ଆନ୍ଦୋଳନରେ ରାଜ୍ୟର ସମସ୍ତ ବାର୍‌ ଆସୋସିଏଶନ ସାମିଲ ହୋଇଥିଲେ। ଏ ନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଏଥିରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ପକ୍ଷଭୁକ୍ତ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବା ସହ ଆନ୍ଦୋଳନରତ ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସମେତ ଅଦାଲତ ଅବମାନନା ମାମଲାରେ ପକ୍ଷଭୁକ୍ତ ସମସ୍ତ ୬୮ଟି ବାର୍‌ ଆସୋସିଏଶନକୁ ତୁରନ୍ତ ଆନ୍ଦୋଳନରୁ ଓହରିଯିବା ପାଇଁ ଗତ ୨୬ତାରିଖରେ ବିସିଆଇ ପକ୍ଷରୁ କୁହାଯାଇଛି। ନଚେତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହାସତ୍ତ୍ବେ ଆନ୍ଦୋଳନ ଚାଲିବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri