Posted inଜାତୀୟ

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ଏସ୍‌ସି/ଏସ୍‌ଟିଙ୍କ କ୍ଷେତ୍ରରେ ସ୍ବଚ୍ଛଳ ବର୍ଗ ପ୍ରଯୁଜ୍ୟ ନୁହେଁ

ନୂଆଦିଲ୍ଲୀ,୩ା୧୨: ଅନୁସୂଚିତ ଜାତି (ଏସ୍‌ସି) ଏବଂ ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ସୁବିଧାରୁ ସ୍ବଚ୍ଛଳ ବର୍ଗଙ୍କୁ ବାଦ୍‌ ଦେବା ପାଇଁ ସୁପ୍ରିମକୋର୍ଟ ୨୦୧୮ରେ ରାୟ ଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ସୋମବାର ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ୨୦୧୮ରେ ଜର୍ନେଲ ସିଂଙ୍କ ମାମଲାରେ ୫ ଜଣିଆ ପୀଠ ଦେଇଥିବା ରାୟର ଯଥାର୍ଥତା ଉପରେ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ସନ୍ଦେହ ବ୍ୟକ୍ତ କରିଥିଲେ। ଏହି ମାମଲା ୭ ଜଣିଆ ପୀଠରେ ପୁନର୍ବାର ଶୁଣାଣି କରାଯିବା ସରକାର ଚାହାନ୍ତି ବୋଲି ସେ କହିଥିଲେ। ସ୍ବଚ୍ଛଳ ବର୍ଗ (କ୍ରିମି ଲେୟର) ଧାରଣା ଏସ୍‌ସି/ଏସ୍‌ଟିଙ୍କ କ୍ଷେତ୍ରରେ ପ୍ରଯୁଜ୍ୟ ହୋଇପାରିବ ନାହିଁ ବୋଲି ଆଟର୍ନି ଜେନେରାଲ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠଙ୍କୁ କହିଥିଲେ। ୨୦୦୮ରେ ଇନ୍ଦ୍ର ସାହନି (ମଣ୍ଡଳ ମାମଲା) ରାୟରେ ଅନ୍ୟତମ ୫ ଜଣିଆ ଖଣ୍ଡପୀଠ ଏସ୍‌ସି/ଏସ୍‌ଟି ବର୍ଗଙ୍କୁ ସ୍ବଚ୍ଛଳ ବର୍ଗ ବାହାରେ ରଖିଥିଲେ ବୋଲି ବେଣୁଗୋପାଳ କହିଥିଲେ। ତେବେ ତାଙ୍କର ଏହି ଯୁକ୍ତିକୁ ସମତା ଆନ୍ଦୋଳନ ସମିତି ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ଗୋପାଳ ଶଙ୍କରନାରାୟଣ ବିରୋଧ କରିଥିଲେ। ସ୍ବଚ୍ଛଳ ବର୍ଗ ଅବଧାରଣା ଉପରେ ଅଦାଲତଙ୍କ ୨୦୧୮ ରାୟ ସମ୍ପୂର୍ଣ୍ଣ ସ୍ପଷ୍ଟ। ଏହି ମାମଲାର ପୁନର୍ବାର ଶୁଣାଣି ହେବା ଉଚିତ ନୁହେଁ ବୋଲି ସେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri