Posted inଜାତୀୟ

ସୁପ୍ରିମକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୪ା୩(ପି.ଟି.): ଘାତକ ମହାମାରୀ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାବେଳେ ଏହି ସଂକ୍ରମଣକୁ ଏଡାଇବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୬ରୁ ସୁପ୍ରିମକୋର୍ଟରେ କେବଳ ଜୁରୁରୀ ମାମଲାଗୁଡ଼ିକର ଶୁଣାଣି ହେବ। ବିଚାର ବେଳେ କୋର୍ଟରୁମ୍‌ରେ କେବଳ ମାମଲା ପରିଚାଳନାକାରୀ ସମ୍ପୃକ୍ତ ଓକିଲ ଉପସ୍ଥିତ ରହିବେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ବାସଭବନରେ ଗୁରୁବାର ଓ ଶୁକ୍ରବାର ଧରି କରୋନା ଭାଇରସ୍‌କୁ ନେଇ ଚାଲିଥିବା ବୈଠକରେ ଏହା ସ୍ଥିର କରାଯାଇଛି। ବୈଠକରେ ଜଷ୍ଟିସ୍‌ ଅରୁଣ ମିଶ୍ର, ୟୁ.ୟୁ ଲଲିତ, ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ, ସଲିସିଟର ଜେନେରାଲ ତୁଷାର ମେହେଟ୍ଟା, ସୁପ୍ରିମକୋର୍ଟ ବାର୍‌ ଆସୋସିଏଶନ (ଏସ୍‌ସିବିଏ) ସମ୍ପାଦକ ଆରୋରାଙ୍କ ସମେତ ସ୍ବାସ୍ଥ୍ୟ ତଥା ଆଇନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କୋଭିଡ୍‌-୧୯କୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୫ ତାରିଖରେ ଜାରି ଆଡ୍‌ଭାଇଜରି ଜାରି କରାଯାଇଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିକୁ ସେକ୍ରେଟାରି ଜେନେରାଲ ସଞ୍ଜୀବ ଏସ୍‌. କାଲଗାଓଁକର ଜାରି କରିଛନ୍ତି। ଭାରତରେ ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧ରେ ପହଞ୍ଚତ୍ଛି। ଏଥିଲାଗି ସର୍ବୋଚ୍ଚ ଅଦାଲତ ସାଧାରଣ ସ୍ବାସ୍ଥ୍ୟ ନିରାପତ୍ତା ବଜାୟ ରଖିବା ସକାଶେ ଅନ୍ୟମାନଙ୍କ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri