ସୁଫିଆନା ପନିର ଟିକା

ପୁରୀ ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟ୍‌ରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଙ୍କ ରୁଚିକୁ ଦେଖି ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। କେତେକ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଉଭୟ ଆମିଷ ଓ ନିରାମିଷ ଖାଦ୍ୟ ପ୍ରସ୍ତୁତ ହେଉଥିଲେ ମଧ୍ୟ ସୁସ୍ବାଦୁ ଷ୍ଟାର୍ଟର ଡିଶ୍‌ ମଧ୍ୟ ମିଳିଥାଏ। ଏହିପରି ଏକ ହୋଟେଲ ହେଉଛି ପୁରୀ ସିଟି ରୋଡ୍‌ରେ ଥିବା ମହାବୀର ସେରାଟନ୍‌। ଏଠାରେ ସୁଫିଆନା ପନିର ଟିକାର ବେଶ୍‌ ଚାହିଦା ରହିଛି। ପ୍ଲେଟ୍‌ ଦାମ୍‌ ୧୪୦ ଟଙ୍କା। ଏହାର ପ୍ରସ୍ତୁତି ସମ୍ପର୍କରେ ହୋଟେଲର ମୁଖ୍ୟ ଶେଫ୍‌ ଦୀପ୍ତିରଞ୍ଜନ ନାୟକ କୁହନ୍ତି…

ଆବଶ୍ୟକ ସାମଗ୍ରୀ:

ପନିର୍‌ : ୨୦୦ ଗ୍ରାମ୍‌
ପାନମଧୁରି: ୧ ଚାମଚ
ଗୁଜୁରାତି: ୨ ପିସ୍‌
ରସୁଣ: ୪ ପାଖୁଡା
ଅଦା: ୫ ଗ୍ରାମ୍‌
ଲଙ୍କା: ୨ଟା
ଅମୁଲ କ୍ରିମ୍‌: ୨ ଚାମଚ
ବେସନ: ୧ ଚାମଚ
ବଟର: ୧ ଚାମଚ
ତେଲ: ୨୦ ଗ୍ରାମ୍‌
କେଶର: ୬ ପିସ୍‌
ମରିଚ ପାଉଡର: ୨ ଗ୍ରାମ୍‌
ହଳଦୀ ଗୁଣ୍ଡ: ୫ ଗ୍ରାମ୍‌
ଚାଟ୍‌ ମସଲା: ୫ ଗ୍ରାମ୍‌
ଲେମ୍ବୁ ରସ: ୧ ଚାମଚ
ସ୍ବାଦ ଅନୁଯାୟୀ ଲୁଣ

ପ୍ରସ୍ତୁତି ପ୍ରଣାଳୀ:

ପ୍ରଥମେ ଅଦା, ରସୁଣ ଓ ଲଙ୍କା ଭଲ ଭାବେ ପେଷ୍ଟ କରନ୍ତୁ। ଅନ୍ୟ ଏକ ପ୍ୟାନ୍‌ରେ ବଟର ପକାଇ ସେଥିରେ ବେସନ ଭାଜି ତାକୁ ଅଲଗା ପାତ୍ରରେ କାଢି ରଖନ୍ତୁ। ଭଜା ଯାଇଥିବା ବେସନରେ ପୂର୍ବରୁ ପ୍ରସ୍ତୁତ ପେଷ୍ଟ, ଅମୁଲ କ୍ରିମ୍‌, ତେଲ, ମରିଚ ପାଉଡ଼ର, ଚାଟ୍‌ ମସଲା, ହଳଦୀ ପାଉଡର, କେଶର, ଲେମ୍ବୁରସ, ଗୁଜୁରାତି, ପାନମଧୁରୀ ଗୁଣ୍ଡ, ପନିର ଏବଂ ସ୍ବାଦ ଅନୁଯାୟୀ ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଅଧଘଣ୍ଟା ଛାଡି ତାକୁ ତନ୍ଦୁର ଭାଟିରେ ରୋଷ୍ଟ କରିଦିଅନ୍ତୁ। ଏହାପରେ ପ୍ଲେଟ୍‌ରେ ସଜାଇ ସେଥିରେ ପୁଦିନା ଚଟଣୀ ସହିତ ପରଷି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri