ସୁବର୍ଣ୍ଣ ଜୟନ୍ତୀ ଲୋଗୋ ଉନ୍ମୋଚନ ଉତ୍ସବ: ତାଳଚେର କଲେଜକୁ ୟୁନିଭରସିଟି କରିବାକୁ ଦାବି

ତାଳଚେର,୧୯ା୧୨(ନି.ପ୍ର.) – ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରତୀକ (ଲୋଗୋ) ଉନ୍ମୋଚନ ଉତ୍ସବ ବୁଧବାର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ତାଳଚେରର ଭବିଷ୍ୟତ ଉଦୟମାନ ସୂର୍ଯ୍ୟଙ୍କ ପରି ବୋଲି ମତବ୍ୟକ୍ତ କରିଥିଲେ। ଏଥିସହ ଗାନ୍ଧିଜୀଙ୍କ ଅହିଂସା ନୀତିକୁ ଅନୁସରଣ କରିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଥିଲେ। ତାଳଚେର କଲେଜକୁ ପବିତ୍ରମୋହନ ୟୁନିଭରସିଟି କରାଯିବା ପ୍ରସ୍ତାବ ସରକାରଙ୍କ ନୀତି ନିୟମ ଭିତରେ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ ା ବିଶେଷ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଆଗାମୀ ଦିନରେ ଏହି କଲେଜ କିଭଳି ବିଶ୍ୱବିଦ୍ୟାଳୟ ହେବ ଓ ଏହାର ୧୦୦ ବର୍ଷ ପୂର୍ତ୍ତି ପାଳନ ହେବ ସେଥିପ୍ରତି ସମସ୍ତେ ଧ୍ୟାନଦେବା ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ସୁବର୍ଣ୍ଣ ଜୟନ୍ତୀ କମିଟି ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ବ୍ରଜକିଶୋର ପ୍ରଧାନ ଅଧ୍ୟକ୍ଷତା କରି ତାଳଚେର କଲେଜକୁ ପବିତ୍ରମୋହନ ୟୁନିଭରସିଟି କରାଯିବା ନିମନ୍ତେ ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ଏଥିସହ ପ୍ରସ୍ତୁତ ଏକ ଡିପିଆର୍‌ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିବା ବିଧାୟକ ସୂଚନା ଦେଇଥିଲେ। ଆଗାମୀ ଫେବୃୟାରୀରେ ହେବାକୁ ଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହକୁ ସଫଳ କରିବା ପାଇଁ ବିଧାୟକ ସମସ୍ତଙ୍କ ସହଯୋଗ କାମନା କରିଥିଲେ। କଲେଜ ଅଧ୍ୟକ୍ଷ ଅଶୋକ କୁମାର ଶର୍ମା ସ୍ବାଗତ ଭାଷଣ, ଅଧ୍ୟାପକ ନିମାଇଁ ଚରଣ ପ୍ରଧାନ ଅତିଥି ପରିଚୟ ଓ ଆବାହକ ତଥା ଅଧ୍ୟାପକ ବିରଞ୍ଚି ନାରାୟଣ ସାମଲ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଅତିଥିମାନେ ସୁବର୍ଣ୍ଣ ଜୟନ୍ତୀ ପ୍ରତୀକକୁ ଉନ୍ମୋଚନ କରି ତାଳଚେର ବିଧାୟକଙ୍କୁ ହସ୍ତାନ୍ତର କରିଥିଲେ। ସକାଳେ ସୁବର୍ଣ୍ଣ ଜୟନ୍ତୀ ପ୍ରତୀକକୁ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ ଶୋଭାଯାତ୍ରାରେ ସହର ପରିକ୍ରମା କରି କଲେଜକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri