ସୁବର୍ଣ୍ଣରେଖାରେ ବୁଡ଼ି ଜଣେ ମୃତ : ବେଆଇନ ବାଲି ଉତ୍ତୋଳନକୁ ଦାୟୀ କଲେ ଗ୍ରାମବାସୀ

ଜଳେଶ୍ୱର, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣାସ୍ଥିତ ବାଲିଉତ୍ସ ଗଭୀର ଗର୍ତ୍ତରେ ବୁଡ଼ି ଜଣକର ମୃତ୍ୟୁ ଘଟିଛି। ମୃତକ ହେଲେ ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଚକହରି ଗ୍ରାମର ପ୍ରତାପ ସାମଲ(୫୫)। ସେ ମଙ୍ଗଳବାର ପୂର୍ବାହ୍ନ ସମୟରେ ଶୌଚ ହେବା ପାଇଁ ନଦୀକୁ ଯାଇଥିବା ବେଳେ ତାଙ୍କର ଗୋଡ଼ ଖସିଯାଇଥିଲା। ସେ ପାଣିରେ ବୁଡ଼ି ଯାଇଥିଲେ। ନଦୀ କୂଳରେ ଥିବା ଲୋକେ ଦେଖି ଜଳେଶ୍ୱର ଥାନା ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଜଳେଶ୍ୱର ଥାନା ପୋଲିସ ଓ ଦମକଳ ବିଭାଗର କର୍ମଚାରୀମାନେ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଜାଖୋଜି କରି ପ୍ରତାପଙ୍କ କୌଣସି ପତ୍ତା ପାଇ ନ ଥିଲେ। ପରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚତ୍ ପ୍ରତାପଙ୍କ ମୃତଦେହ ନଦୀଗର୍ଭରୁ ଠାବ କରିଥିଲେ। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ଉକ୍ତ ବାଲି ଉତ୍ସ ରାସ୍ତାରେ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୬/୨୦୧୯) ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।
ଉଲ୍ଲେଖଯୋଗ୍ୟ ଯେ, ବାଲିଉତ୍ସକୁ ନିଲାମ ନେଇଥିବା ନିଲାମଧାରୀ ବେଆଇନ୍‌ ଭାବେ ଅତ୍ୟାଧୁନିକ ଉଚ୍ଚକ୍ଷମତା ସମ୍ପନ୍ନ ମେଶିନ ସାହାଯ୍ୟରେ ନଦୀଗର୍ଭରୁ ବାଲି ଉତ୍ତୋଳନ କରୁଥିବା ଯୋଗୁ ନଦୀଗର୍ଭରେ ଗଭୀର ଗର୍ତ୍ତ ସୃଷ୍ଟି ହେଉଛି। ଫଳରେ ନଦୀଘାଟକୁ ଯାଉଥିବା ନିରୀହ ଲୋକ ଉକ୍ତ ଗର୍ତ୍ତରେ ପଡ଼ି ମୃତ୍ୟୁମୁଖରେ ପଡୁଛନ୍ତି। ଏଥିପ୍ରତି ଦୃଷ୍ଟି ଦିଆ ନ ଗଲେ ଏକ ଜନଆନ୍ଦୋଳନ କରାଯିବ ବୋଲି ନଦୀକୂଳିଆବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri