Posted inରାଜ୍ୟ

ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା: ଅଧା ବାଟରେ ଅଟକିଲା ନନ୍ଦିଘୋଷ ରଥ

ରଣପୁର, ୬ା୭ (ସ୍ବ.ପ୍ର.): ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ ଜିଲାର ରଣପୁର ଜଗନ୍ନାଥ ମନ୍ଦିରରୁ ଶ୍ରୀଜୀଉମାନେ ଗୁରୁବାର ଘୋଷଯାତ୍ରାରେ ରଥାରୂଢ ହୋଇ ନଅଦିନ ପାଇଁ ଜନ୍ମମାଟି ମାଉସୀମା’ ମନ୍ଦିରକୁ ବାହାରିଥିଲେ। ବଡଠାକୁର ବଳଭଦ୍ରଙ୍କ ରଥକୁ ଭକ୍ତମାନେ ଟାଣିନେଇ ମାଉସୀମା’ ମନ୍ଦିର ନିକଟରେ ପହଞ୍ଚାଇଥିଲେ। ଶୁକ୍ରବାର ଅପରାହ୍ନରେ ପରମ୍ପରା ଅନୁସାରେ ମହିଳାମାନେ ଶ୍ରଦ୍ଧାର ସହ ମା’ ସୁଭଦ୍ରାଙ୍କ ରଥକୁ ଟାଣିନେଇ ମାଉସୀମା’ ମନ୍ଦିର ନିକଟରେ ଲଗାଇଥିଲେ। ଏହାପରେ ଭକ୍ତମାନେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟାଣିନେଉଥିବା ସମୟରେ ହଠାତ୍‌ ରଥଟି ରାଜବାଟି ଆଗରେ ଥିବା ଏକ ହୋଟେଲରେ ଲାଗିଥିଲା। ବଢେଇ ମହାରଣାମାନେ ସଜାଡିବା ପରେ ରଥ ଗଡିଥିଲେ ମଧ୍ୟ ପୁନର୍ବାର ଚୈତନ୍ୟ ମଠ କାମନା ଘର ଆଗରେ ଏହା ଲାଗିରହିଥିଲା। ରାତ୍ର ହୋଇଯିବାରୁ ପ୍ରଶାସନ ତରଫରୁ ରଥଟଣା କାର୍ଯ୍ୟ ବନ୍ଦ ରହିଥିଲା। ଶନିବାର ନନ୍ଦିଘୋଷ ରଥ ଟଣାଯାଇ ମାଉସୀମା’ ମନ୍ଦିର ନିକଟରେ ଲାଗିବା ପରେ ରଥାରୂଢ ତିନିଠାକୁରଙ୍କୁ ଭକ୍ତମାନେ ରଥ ଉପରେ ଦର୍ଶନ କରିବେ । ଏହି ଦର୍ଶନ ରାତ୍ର ୮ଟା ପର୍ଯ୍ୟନ୍ତ ଚାଲିବ । ଏହାପରେ ଶ୍ରୀଜୀଉମାନଙ୍କ ପହଣ୍ଡିକାର୍ଯ୍ୟ ଅନୁଷ୍ଠିତ ହେବ। ପ୍ରଥମେ ସୁଦର୍ଶନ ପରେ ବଡ ଠକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ସେବାୟତମାନେ ଗୋଟି ପହଣ୍ଡି କରି ଗୁଣ୍ଡିଚା ମନ୍ଦିର ଭିତରକୁ ନେବାର କାର୍ଯ୍ୟସୂଚୀ ରହିଛି। ଆସନ୍ତା ନବମୀ ପର୍ଯ୍ୟନ୍ତ ତିନିଠାକୁର ମାଉସୀମା’ ମନ୍ଦିରରେ ଭକ୍ତମାନଙ୍କୁ ଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri