ସୁରକ୍ଷିତ ଶୈଶବ, ପୂର୍ଣ୍ଣ ବିକାଶ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ଶିଶୁଙ୍କ ସୁରକ୍ଷିତ ଶୈଶବ ଓ ପୂର୍ଣ୍ଣ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଅନାଥ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ ଚିହ୍ନଟ କରାଯିବ। ଏଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହାୟତାରେ ସ୍ବତନ୍ତ୍ର ସର୍ଭେ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବୁଧବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖାଯାଇଛି। ଏଥିସହ ଆବଶ୍ୟକ ଫର୍ମାଟ ସଂଲଗ୍ନ କରି ପ୍ରେରଣ କରାଯାଇଛି। ଏ ସମସ୍ତ କାର୍ଯ୍ୟ ଅକ୍ଟୋବର ୫ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବିଭାଗ ପକ୍ଷରୁ ରାଜ୍ୟରେ ଶିଶୁ ଯତ୍ନ ଗୃହ, ପୋଷ୍ୟ ସନ୍ତାନ ଗ୍ରହଣ, ବିଜୁ ଶିଶୁ ସୁରକ୍ଷା ଯୋଜନା ଆଦି କାର୍ଯ୍ୟକାରୀ ହେଉଛି। କିନ୍ତୁ ଠିକ୍‌ ଭାବେ ଚିହ୍ନଟ ହୋଇପାରୁ ନ ଥିବାରୁ ରାଜ୍ୟର ପିତା-ମାତା ନ ଥିବା (ଅନାଥ, ଅସହାୟ) ଓ ଏକକ ଅଭିଭାବକ ଥିବା ଶିଶୁଙ୍କ ପାଇଁ ଏଭଳି କଲ୍ୟାଣମୂଳକ ଯୋଜନା କାର୍ଯ୍ୟରେ ଆସୁନି। ତେଣୁ ଏହି ବର୍ଗର ଶିଶୁଙ୍କ ଚିହ୍ନଟକରଣ ଉପରେ ବିଭାଗ ଗୁରୁତ୍ୱ ଦେଇ ସର୍ଭେ କରାଯିବ। ଏଥିପାଇଁ ଉଦ୍ଦିଷ୍ଟ ଫର୍ମାଟରେ ଅଙ୍ଗନଓ୍ବାଡ଼ି କର୍ମୀମାନେ ଅନାଥ ଓ ଏକକ ଅଭିଭାବ ଥିବା ଶିଶୁଙ୍କୁ ଭିନ୍ନ ଭିନ୍ନ ଭାବେ ଚିହ୍ନଟ କରିବା ସହ ସେମାନଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ସୁପରଭାଇଜରଙ୍କୁ ପ୍ରଦାନ କରିବେ। ସେଥିରେ ଶିଶୁ ପରିବାରର ସମ୍ପୂର୍ଣ୍ଣ ତଥ୍ୟ, ଲିଙ୍ଗ, ବୟସ, ବିଦ୍ୟାଳୟ ଶିକ୍ଷା, ଠିକଣା, ପରିବାରର ଆର୍ଥିକ ସ୍ଥିତି, ଶିଶୁଟି କାହା ପାଖରେ ଅଛନ୍ତି ଆଦି ତଥ୍ୟ ରହିବ। ସୁପରଭାଇଜରମାନେ ଏହାକୁ ଯାଞ୍ଚ କରି ବ୍ଲକ୍‌ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ଜରିଆରେ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ପ୍ରଦାନ କରିବେ। ଜିଲାପାଳ ଏହାକୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ନିକଟକୁ ପ୍ରେରଣ କରିବେ।
ଏହି କାର୍ଯ୍ୟ ପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ପାରିତୋଷିକ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ୫ ‘ଟି’ ସୂତ୍ର ଆଧାରରେ ଶିଶୁ ସର୍ବେକ୍ଷଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ନିର୍ଦ୍ଦାରିତ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ କରିବାକୁ ପ୍ରୟାସ କରାଯାଉଛି ବୋଲି ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri