ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର : ୧୦ କୋଚିଂ ସେଣ୍ଟରରେ ଯାଞ୍ଚ

ବ୍ରହ୍ମପୁର ଅଫିସ,୨ା୬-ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ବଢି ଚାଲିଛି । ଏହି ଘଟଣା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି । ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ମହାନଗର ପରିସରରେ ଥିବା ୧୦ କୋଚିଂ ସେଣ୍ଟରରେ ଶନିବାର ଚଢ଼ାଉ ଆରମ୍ଭ କରିଛି। ଚଢ଼ାଉ ବେଳେ ୮ ଟିମ୍‌ ସାମିଲ ରହିଥିବା ବେଳେ ପ୍ରତି ଟିମ୍‌ରେ ୪ ଜଣ ଲେଖାଏ କର୍ମଚାରୀ ରହିଛନ୍ତି । ପ୍ରତି ଟିମ ଦାୟିତ୍ୱ ଜଣେ ବରିଷ୍ଠ ଅଧିକାରୀଙ୍କ ଉପରେ ନ୍ୟସ୍ତ କରାଯାଇଥିଲା। କୋଚିଂ ସେଣ୍ଟର ଗୁଡିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯାଇଛି । ଏଥିସହ ଜରୁରିକାଳୀନ ପରିସ୍ଥିତିରେ କିଭଳି ନିଜକୁ ବଞ୍ଚାଇ ପାରିବ ସେ ନେଇ ସଚେତନ କରାଯାଇଛି। ସେହିଭଳି କୋଚିଂ ସେଣ୍ଟର ମାଲିିକମାନଙ୍କୁ ଆବଶ୍ୟକ ଅଗ୍ନି ନିରାପତ୍ତା ଯନ୍ତ୍ର ମହଜୁଦ ରଖିବା ଓ ତାର ପରିଚାଳନା ତଥା ବ୍ୟବହାର ଉପରେ ସଚେତନ କରାଯାଇଛି। ନିଅଁା ଲାଗିଲେ ବିଦ୍ୟାର୍ଥୀମାନେ କିପରି ନିଜକୁ ରକ୍ଷା କରିପାରିବେ ସେ ସମ୍ପର୍କରେ ଅଗ୍ନିଶମ କର୍ମଚାରୀ ପରାମର୍ଶ ଦେଇଛନ୍ତି। ଯାଞ୍ଚ ବେଳେ କୌଣସି କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଦେଖିବାକୁ ମିଳିଛି। କେତେକ ସ୍ଥାନରେ ଅଗ୍ନି ନିରାପତ୍ତା ଯନ୍ତ୍ରପାତି ଥିଲେ ମଧ୍ୟ ତାହା ଠିକ୍‌ ଭାବେ କାର୍ଯ୍ୟକ୍ଷମ ନ ଥିଲା । ଆଉ କେତେକ କୋଚିଂ ସେଣ୍ଟରରେ ଫାୟାର ଏଷ୍ଟିଙ୍ଗୁଇସୁର ବ୍ୟବହାର ଅନେକଙ୍କୁ ଜଣା ନ ଥିଲା। କେତେକ ସ୍ଥାନରେ ପିଲାଙ୍କ ପାଇଁ ସତର୍କ ସୂଚନା ଫଳକ ନ ଥିଲା । ତେଣୁ ତୁରନ୍ତ ନିୟମ ପାଳନ କରିବାକୁ କୋଚିଂ ସେଣ୍ଟର ମାଲିକ ଓ ପରିଚାଳକଙ୍କୁ ଅଗ୍ନିଶମ ବିଭାଗ ତାଗିଦ କରିଛି । ଯଦି ନିର୍ଦ୍ଦେଶକୁ ଉଲ୍ଲଂଘନ କରାଯାଇଥିବା ଜଣାପଡେ ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri