ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍‌

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍‌ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ ଜିଲା ପ୍ରଶାସନର ଅନୁମତିକ୍ରମେ ସେଠାରୁ ବୁଧବାର ମଧ୍ୟାହ୍ନ ସୁଦ୍ଧା ୨ ପର୍ଯ୍ୟାୟରେ ୮ଟି ବସ୍‌ରେ ଲୋକେ ଫେରୁଛନ୍ତି। ସେମାନେ ନିଜ ଖର୍ଚ୍ଚରେ ଆସୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪ଟି ବସ୍‌ରେ ଆସିଥିବା ୨୨୮ ଜଣ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିଥିବା ସୂଚନା ମିଳିଛି। ଅନ୍ୟପଟେ ବାହାର ରାଜ୍ୟରୁ ଫେରୁଥିବା ଲୋକଙ୍କୁ ଆଇସୋଲେଶନ କେନ୍ଦ୍ରରେ ୧୪ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଗଞ୍ଜାମ ଜିଲା ପ୍ରଶାସନ ପ୍ରସ୍ତୁତ ରହିଛି। ତେବେ ଏହି କେନ୍ଦ୍ର ନିକଟକୁ ଅନ୍ୟ କେହି ନ ଯିବାକୁ ଜିଲାପାଳ କୁଲାଙ୍ଗେ ଅନୁରୋଧ କରିଛନ୍ତି।
ବୁଧବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ସେ କହିଛନ୍ତି, ଗଞ୍ଜାମ ଜନସାଧାରଣ ଲକ୍‌ଡାଉନ୍‌ ନିୟମକୁ ମାନିଛନ୍ତି। ସେଥିପାଇଁ ଜିଲାରେ ଏ ପର୍ଯ୍ୟନ୍ତ ଗୋଟିଏ ବି କରୋନା ପଜିଟିଭ ବାହାରିନି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ପ୍ରତ୍ୟେକ ପଞ୍ଚାୟତ ଓ ସହରାଞ୍ଚଳରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ସେଠାରେ ସେମାନଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖାଯିବ। କରୋନା ହଟ୍‌ସ୍ପଟ୍‌ ଅଞ୍ଚଳରୁ ପ୍ରବାସୀ ଫେରୁଥିବାରୁ ସେମାନଙ୍କ ଠାରୁ ସଂକ୍ରମଣ ବ୍ୟାପିବା ଆଶଙ୍କା ରହିଛି। ତେଣୁ ଆଇସୋଲେଶନ ସେଣ୍ଟରଠାରୁ ଦୂରେଇ ରହିବା ଜରୁରୀ। ଯଦି କେହି ଏହି ଅନୁଶାସନ ଭାଙ୍ଗିବେ ସେମାନଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri