ସୁରଟରୁ ଗର୍ଭବତୀ ମହିଳାଙ୍କ ସହ ୫ ପ୍ରବାସୀ ଓଡ଼ିଆ ହାଟଡିହୀ ଫେରିଲେ

ହାଟଡିହୀ,୪।୫(ଡି.ଏନ୍‌.ଏ.): ସୁରଟରୁ ଭଦ୍ରକ ଆସୁଥିବା ବସ୍‌ରେ ଗତ ଶନିବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡ଼ମା ପଞ୍ଚାୟତର ୫ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ରବିବାର ବ୍ଲକ ପ୍ରଶାସନ ସେମାନଙ୍କୁ ଭଦ୍ରକରୁ ହାଟଡିହୀ ଆଣିଥିଲେ। ପରେ ସମସ୍ତଙ୍କୁ ପଞ୍ଚାୟତ କାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ୯ ମାସର ଗର୍ଭବତୀ ଥିବାରୁ ପଞ୍ଚାୟତର ଏକ ଅଲଗା ଗୃହରେ ଉଭୟ ସ୍ବାମୀସ୍ତ୍ରୀଙ୍କୁ ରଖାଯାଇଥିବା ଜଣାପଡ଼ିଛି। ଗର୍ଭବତୀ ମହିଳାଙ୍କ ଚିକିତ୍ସା ଲାଗି ସ୍ବାସ୍ଥ୍ୟ ବିଭାଗକୁ ପଞ୍ଚାୟତ ତରଫରୁ ସୂଚନା ଦିଆଯାଇଥିବା ପିଇଓ ଅମୂଲ୍ୟ ପହି କହିଛନ୍ତି। ସମସ୍ତଙ୍କ ପାଇଁ ପଞ୍ଚାୟତ ତରଫରୁ ଖାଇବାକୁ ଦେବା ସହ ସରକାରୀ ନିୟମ ଅନୁସାରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥିବା ପିଇଓ ପହି ଓ ସରପଞ୍ଚ ଆନନ୍ଦ ଚନ୍ଦ୍ର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri