ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସୁରଟ ଫେରନ୍ତାଙ୍କୁ ବସ୍‌ରେ ଆସିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଶ୍ରମିକମାନେ କେବଳ ଟ୍ରେନ୍‌ରେ ଆସିବେ ବୋଲି ନିଷ୍ପତ୍ତି ହୋଇଛି। ମଙ୍ଗଳବାର କୋଭିଡ୍‌-୧୯ ସଂକ୍ରମଣ ଓ ଏହାଦ୍ୱାରା ଉପୁଜୁଥିବା ସମସ୍ୟା ସମ୍ପର୍କରେ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ରାଜ୍ୟରେ କୋଭିଡ୍‌ ନମୁନା ପରୀକ୍ଷା ଦିନକୁ ୧୫ ହଜାର ବୃଦ୍ଧି କରାଯିବ। ଗ୍ରୀନ୍‌ ଜୋନ୍‌ରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ଓ ପରିବହନ ସ୍ବାଭାବିକ ହେବ। ଶିଳ୍ପସଂସ୍ଥାଗୁଡ଼ିକର ସମସ୍ୟାର ସମାଧାନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି। ଚାଷୀ ଓ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକର ଋଣ ସହାୟତା ରାଶି ବୃଦ୍ଧି କରାଯିବ। ମିଶନ ଶକ୍ତି ମହିଳାମାନେ କଠିନ ପରିସ୍ଥିତିରେ ୧ କୋଟିରୁ ଅଧିକ ମିଲ୍‌ ଯୋଗାଇ ସାରିଲେଣି। ପ୍ରତି ମିଲ୍‌ ପିଛା ସେମାନଙ୍କୁ ୨ଟଙ୍କା ଲେଖାଏ ପ୍ରୋତ୍ସାହନମୂଳକ ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗଞ୍ଜାମ, କେନ୍ଦ୍ରାପଡ଼ା, ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଭଳି ଜିଲାରୁ ଅଧିକ ଲୋକ ବାହାର ରାଜ୍ୟରେ କାମ କରୁଛନ୍ତି। ସେମାନଙ୍କ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆଗାମୀ ଖରିଫ ଋତୁ ପାଇଁ ବିହନ ଓ ଅନ୍ୟାନ୍ୟ କୃଷି ଉପକରଣ ଯେପରି ସୁବିଧାରେ ଚାଷୀମାନେ ପାଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସମୀକ୍ଷାରୁ ଜଣାପଡ଼ିଛି, ରାଜ୍ୟରେ ଏବେ ସୁଦ୍ଧା ଦୈନିକ ୩୫ ଶହ କୋଭିଡ ନମୁନା ପରୀକ୍ଷା କରାଯାଉଛି। ଆଗାମୀ ଦିନରେ ବାରିପଦା, ବାଲେଶ୍ୱର, କୋରାପୁଟ ଏବଂ ବଲାଙ୍ଗୀରରେ ମଧ୍ୟ କୋଭିଡ୍‌ ପରୀକ୍ଷା କେନ୍ଦ୍ର ଖୋଲିବ। ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୮୩ ଟେଷ୍ଟିଂ ହେଉଥିବା ବେଳେ ଓଡ଼ିଶାରେ ପ୍ରତି ୧୦ ଲକ୍ଷରେ ୧୦୦୦ ଟେଷ୍ଟିଂ କରାଯାଉଥିବା ସୂଚନା ଦିଆଯାଇଛି।
ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ଗ୍ରାମାଞ୍ଚଳରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୦, ୭୫୧ ଅସ୍ଥାୟୀ ଚିକିତ୍ସା ଶିବିର ପ୍ରତିଷ୍ଠା କରାଯାଇଛି। ସେଥିରେ ୪.୬୮ ଲକ୍ଷ ଲୋକଙ୍କର ରହିବା ବ୍ୟବସ୍ଥା ହୋଇଛି। ସେମାନଙ୍କ ଖାଦ୍ୟ ପାଇଁ ଦୈନିକ ମୁଣ୍ଡପିଛା ୧୨୦ଟଙ୍କା ଲେଖାଏ ବ୍ୟବସ୍ଥା କରାଯାଇଥିବା ବେଳେ ବ୍ୟକ୍ତିଗତ ପରିଚ୍ଛନ୍ନତା ପାଇଁ ଟୁଥ୍‌ ବ୍ରଶ, ପେଷ୍ଟ ଏବଂ ଅନ୍ୟାନ୍ୟ ଉପକରଣ ସହିତ ପାଣିବୋତଲ ଯୋଗାଇ ଦିଆଯାଉଛି। ସେହିପରି ସହରାଞ୍ଚଳରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ୪୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୨,୫୨୪ ଜଣ ରହିବା ବ୍ୟବସ୍ଥା ହୋଇଛି।
କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ଲୋକମାନେ କଡ଼ାକଡ଼ି ଭାବେ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କାୈଣସି ପ୍ରକାର ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ ବୋଲି ସତର୍କ କରିଦିଆଯାଇଛି। ବର୍ତ୍ତମାନର ଅସାଧାରଣ ପରିସ୍ଥିତିରେ ସମସ୍ତଙ୍କୁ ତ୍ୟାଗ ସ୍ବୀକାର କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ଦିନରେ ବିଦେଶରୁ ପ୍ରବାସୀ ଓଡ଼ିଆ ଫେରିବେ। ଓଡ଼ିଶା ଆସିବା ପୂର୍ବରୁ ସେମାନଙ୍କ ପାଇଁ ପଞ୍ଜୀକରଣ ସହିତ ଟେଷ୍ଟିଂ ଓ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ରାଜ୍ୟର ୧୬ ଜିଲାରେ କରୋନା ସଂକ୍ରମଣ ରହିଛି। ସେଥିପାଇଁ ୬୨ ସ୍ଥାନକୁ ସଂକ୍ରମିତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ସେଥିମଧ୍ୟରୁ ୪୭ ସକ୍ରିୟ ଜୋନ୍‌ ରହିଛି। ସଂକ୍ରମିତ ଅଞ୍ଚଳରୁ ସଂଗୃହୀତ ୬୩୭୬ଟି ନମୁନା ମଧ୍ୟରୁ ୧୩୬ ପଜିଟିଭ ବାହାରିଛିି। ବରିଷ୍ଠ ଅଧିକାରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ବେଳେ ରାଜ୍ୟରେ କରୋନା ସ୍ଥିତି ଅପେକ୍ଷାକୃତ ଭଲ ରହିଥିବାରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସହ ଉତ୍ସର୍ଗୀକୃତ ଭାବେ କାମ କରୁଥିବା ପ୍ରଶାସନ, ପୋଲିସ, ଶିକ୍ଷକ, ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ଓ ପୌର ସଂସ୍ଥାର କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତିି। ବର୍ତ୍ତମାନ ପର୍ଯ୍ୟନ୍ତ ହାସଲ କରାଯାଇଥିବା ସଫଳତାରେ ଆତ୍ମସନ୍ତୋଷ ଲାଭ ନ କରି ଆଗାମୀ ଦିନର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ହସ୍ତଶିଳ୍ପ ଉପରେ ନିର୍ଭର କରୁଥିବା ୨.୫ ଲକ୍ଷ ପରିବାର ସମସ୍ୟା ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri