ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା,  ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ ଖାଇବାକୁ ପାଉ ନ ଥିବା ଏକ ଭିଡିଓରେ ଜଣାଇଛନ୍ତି। ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ ଗୋପୀନାଥପୁରର ୫ଜଣ, କନ୍ତପଡାର ୩, ହାତୀଗଞ୍ଜର ୫, କଦଳୀବେରଣୀର ୩, ଛେଣ୍ତିପଦା ବ୍ଲକ କୋଠଭୂଇଁ ପଞ୍ଚାୟତ ଡଲାସିଂହା ଗ୍ରାମର ୪, କୋଠଭୂଇଁର ୨, ଦଣ୍ଡାବାହାଳର ୧, ଜରପଡାର ୪, ପରାର ୧୬, କଞ୍ଜରାର ୫, ବଡହିଂସର ୭ଜଣ, ପୁଟଗାଡିଆର ୧, ବରପଦାର ୨, ଶରଧାପୁରର ୩, ବିମଳବେଡାର ୨, ନାଉପଦାର ଜଣଙ୍କ ସହ ଆହୁରି ଅନେକ ଶ୍ରମିକ ଅଟକି ରହିଛନ୍ତି। ସେହିପରି ଡିପ୍ଲୋମା ସରିବା ପରେ ତାଲିମ ପାଇଁ ପଶ୍ଚିମବଙ୍ଗ ଯାଇଥିବା ୨ ଛାତ୍ର ଡଙ୍ଗାପାଳର ଲୁଲୁ ଗଡନାୟକ ଓ ଖମାରର ଦେବପ୍ରସାଦ ମାଝି ଫସି ରହିଛନ୍ତି। ରାଜ୍ୟ ସରକାର ସେମାନଙ୍କୁ ଉଦ୍ଧାର କରିବାକୁ ଶ୍ରମିକମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri