ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୨୯ା୪(ଡି.ଏନ.ଏ.)- କାମ ପାଇଁ ଗୁଜରାଟ ଯାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି । ମୃତକ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ ନାୟକ ବୋଲି ଜଣାପଡିଛି। କୌଣସି କାରଣରୁ ସେ ସୁରଟରେ ରହୁଥିବା ଏକ କଲୋନୀର ୪ ମହଲା ଛାତରୁ ଖସିପଡିବାରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ତେକେ ଲକଡାଉନ ଜାରିଥିବା ଯୋଗୁ ପୁଅର ମୃତଦେହ ଆଣିବାକୁ ପରିବାର ଲୋକେ ଅସମର୍ଥ ଥିବାରୁ ସରକାର ଏ ନେଇ ବ୍ୟବସ୍ଥା ନେବାକୁ ସେମାନେ ଆକୁଳ ନିବେଦନ କରିଛନ୍ତି।
ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉଚ୍ଚ ଶିକ୍ଷା ପରେ ଆଲୋକ ପରିବାର ପ୍ରତିପୋଷଣ ପାଇଁ କାମ କରିବାକୁ ସୁରଟ ପଳାଇଥିଲେ। ସେଠାରେ ଏକ ସୂତା କମ୍ପାନୀରେ ସେ ଶ୍ରମିକ ଭାବେ କାମ କରୁଥିଲେ। ସୁରଟର ପାଣ୍ଡେସର ସ୍ଥିତ ସୁଧା କଲୋନୀରେ ଏକ ୪ ମହଲା କୋଠାରେ ରୁମ ନେଇ ରହୁଥିଲେ। ଲକଡାଉନ ଯୋଗୁ ସେ ଘରକୁ ଆସି ପାରି ନ ଥିଲେ ହେଁ ପରିବାର ସହ ଯୋଗାଯୋଗ ରଖିଥିଲେ। ମଙ୍ଗଳବାର ରାତିରେ ମଧ୍ୟ ସେ ଫୋନରେ ଘର ଲୋକଙ୍କ ସହ କଥା ହୋଇଥିଲେ।ହେଲେ କଥା ହେବାର କିଛି ସମୟରେ ଆଲୋକ ଛାତରୁ ଖସି ପଡିଥିବା ପରିବାର ନିକଟରେ ଖବର ପହଞ୍ଚିଥିଲା। ତାଙ୍କ ସହଯୋଗୀ ଓ କେତେଜଣ କମ୍ପାନୀ କର୍ମଚାରୀ ଆଲୋକଙ୍କୁ ସୁରଟ ସ୍ମିମର ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ମଧ୍ୟରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ପୁଅକୁ ଶେଷ ଥର ଦେଖିବାକୁ ମୃତଦେହକୁ ଘରକୁ ଆଣିବାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସହାୟତା କରିବାକୁ ତାଙ୍କ ମା’ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri