Posted inଖେଳ

ସୁଲତାନ ଜୋହର କପ୍‌ ହକି :ଭାରତ- ମାଲେସିଆ ଉଦ୍‌ଘାଟନୀ ମ୍ୟାଚ୍‌

ଜୋହର ବାହରୁ,୧୨।୧୦(ପି.ଟି.)- ଶନିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ନବମ ସୁଲତାନ ଜୋହର କପ୍‌ ହକି ଟୁର୍ନାମେଣ୍ଟରେ ଭାରତ ଓ ଆୟୋଜକ ମାଲେସିଆ ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ପ୍ରତିଭାସମ୍ପନ୍ନ ଡିଫେଣ୍ଡର ମନଦୀପ ମୋରଙ୍କ ନେତୃତ୍ୱରେ ଭାରତ ଏହି ଟୁର୍ନାମେଣ୍ଟରେ ବିଜୟରୁ ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟରେ ରହିଛି। ଗତବର୍ଷ ଏହି ଟୁର୍ନାମେଣ୍ଟର ରାଉଣ୍ଡ ରବିନ୍‌ ଲିଗ୍‌ରେ ଦମ୍‌ଦାର ପ୍ରଦର୍ଶନ କରିଥିଲେ ମଧ୍ୟ ଭାରତ ଫାଇନାଲରେ ଗ୍ରେଟ ବ୍ରିଟେନଠାରୁ ପରାସ୍ତ ହୋଇଥିଲା। ପ୍ରଥମ ମ୍ୟାଚ୍‌ରେ ଭାରତ ୨-୧ରେ ମାଲେସିଆକୁ ହରାଇଥିଲା। ସେହିପରି ନ୍ୟୁଜିଲାଣ୍ଡ, ଜାପାନ ଓ ଅଷ୍ଟ୍ରେଲିଆକୁ ଭାରତ ଯଥାକ୍ରମେ ୭-୧, ୧-୦ ଓ ୫-୪ ଗୋଲରେ ହରାଇଥିଲା।
ଏଥର ଆମେ ଭଲ ପ୍ରଦର୍ଶନ କରି ଟାଇଟଲ ଜିତିବାକୁ ଚେଷ୍ଟା କରିବୁ ବୋଲି ମନଦୀପ କହିଛନ୍ତି। ଜୁନିୟରସ୍ତରରେ ଏହା ଏକ ବଡ଼ ଟୁର୍ନାମେଣ୍ଟ ହୋଇଥିବାରୁ ବିଜୟରୁ ଅଭିଯାନ ଆରମ୍ଭ କରିବୁ ବୋଲି ସେ କହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଭାରତ ଓ ମାଲେସିଆ ଜୁନିୟରସ୍ତରରେ ପରସ୍ପରକୁ ୧୦ଥର ଭେଟିଛନ୍ତି। ଏଥି ମଧ୍ୟରୁ ଭାରତ ୭ଟିରେ ବିଜୟ ହାସଲ କରିଛି। ମାଲେସିଆ ଗୋଟିଏ ମ୍ୟାଚ୍‌ରେ ବିଜୟୀ ହୋଇଥିବା ବେଳେ ଦୁଇଟି ଡ୍ର ରହିଛି। ଏଥର ଏହି ଟୁର୍ନାମେଣ୍ଟରେ ୬ଟି ଦଳ ଅଂଶଗ୍ରହଣ କରିଛନ୍ତି। ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ରବିବାର ଭେଟିବ। ୧୫ ତାରିଖରେ ଜାପାନ, ୧୬ ତାରିଖରେ ଅଷ୍ଟ୍ରେଲିଆ ଓ ୧୮ ତାରିଖରେ ଗ୍ରେଟ ବ୍ରିଟେନକୁ ଭାରତ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri