ସୁଲୁମାହା ଘାଟିରେ ଟ୍ରାକ୍ଟର ଧକ୍କାରେ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟଣା: ମୃତଦେହ ରଖି ରାଜପଥ ଅବରୋଧ, ୧୦ ଲକ୍ଷ କ୍ଷତିପୂରଣ ଦାବି

ଦାରିଙ୍ଗବାଡ଼ି,୨୨।୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୁଲୁମାହା ଘାଟିରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ଟ୍ରାକ୍ଟର ଧକ୍କାରେ ବାଇକରେ ଯାଉଥିବା ଦାଦା, ପୁତୁରାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲୁମାହା ଗ୍ରାମର ୫୯ନଂ ଜାତୀୟ ରାଜପଥକୁ ପୂର୍ବାହ୍ନ ୧୦ଟାଠାରୁ ଉତ୍ତ୍ୟକ୍ତ ଲୋକ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି। ମୃତକଙ୍କ ପରିବାରଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ସେମାନେ ଦାବି କରିିଛନ୍ତିି। ଆନ୍ଦୋଳନକାରୀମାନେ ରାସ୍ତା ଉପରେ ବଡ଼ ବଡ଼ କାଠଗଣ୍ଡି ପକାଇ ରାସ୍ତା ଅବରୋଧ କରିଛନ୍ତି। ଫଳରେ ବ୍ରହ୍ମପୁର ଠାରୁ ଦାରିଙ୍ଗବାଡ଼ି, ସିମନବାଡ଼ି ଦେଇ ବାଲିଗୁଡ଼ା, ଫୁଲବାଣୀ, ରାଇକିଆକୁ ବସ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାଜପଥ ଉପରେ ଶହ ଶହ ଗାଡ଼ି ମୋଟର ଠିଆ ହୋଇ ରହିବା ସହ ଯାତାୟାତ ଠପ୍‌ ହୋଇଯାଇଛି। ଘଟଣାସ୍ଥଳରେ ଦାରିଙ୍ଗବାଡ଼ି ଭାରପ୍ରାପ୍ତ ଥାନା ଅଧିକାରୀ ଗୋପାଳକୃଷ୍ଣ ଆଗୁପାତ୍ର, ସବଇନ୍ସପେକ୍ଟର ସୌମ୍ୟ ରଞ୍ଜନ ଜେନା, ଆର୍‌.ଭିମୋରାଓ ରେଡ୍ଡି ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ପ୍ରୟାସ କରିଛନ୍ତି। ସେହିପରି କନ୍ଧମାଳ ଏମ୍‌ପିଙ୍କ ପ୍ରତିନିଧି ସୁରଜ ରାୟ ଏବଂ ସାମାଜିକ କର୍ମୀ ତଥା ସଂଖ୍ୟାଲଘୁ ସଂଘର ସମ୍ପାଦକ ତିଆଡ଼ି ନାୟକ ପ୍ରମୁଖ ପ୍ରଶାସନକୁ ଫୋନ କରି ଏହାର ସମାଧାନ କରିବାକୁ ନିବେଦନ କରିଛନ୍ତି । ଖବର ଲେଖିବା ସୁଦ୍ଧା ରାସ୍ତା ଅବରୋଧ ଜାରି ରହିଛି ।

ସୁଚନାଯୋଗ୍ୟ, ଡବୁଲମାହା ଗ୍ରାମର କିଲିୟାନ ପ୍ରଧାନ ଏବଂ ତାଙ୍କ ପୁତୁରା ଶୁଭମ ଏକ ବାଇକରେ ବାଡାବାଙ୍ଗା ଅଞ୍ଚଳରୁ ଶ୍ରାନିକେତା ଦେଇ ନିଜ ଗ୍ରାମ ଡବୁଲମାହାକୁ ଆସୁଥିଲେ। ଏହି ସମୟରେ ନିଜ ଗ୍ରାମ ଠାରୁ ମାତ୍ର ୧ କି.ମି ଦୂର ୫୯ ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଏକ ନମ୍ବର ବିହିନ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହିଁ ପୁତୁରା ଶୁଭମ୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଦାଦା କିଲିୟାନ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ଚିକିସ୍ବା ପାଇଁ ନିଆଯାଉଥିବା ବେଳେ ମେଡିକାଲ ପହଞ୍ଚିବା ପୁର୍ବରୁ କିଲିୟାନଙ୍କ ମୃତ୍ୟୁ ହୋଇଥିଲା । କିଲିୟାନଙ୍କ ମୃତଦେହ ବ୍ରହ୍ମପୁରରେ ବ୍ୟବଚ୍ଛେଦ ହୋଇ ଆସିବାକୁ ରହିଥିବା ବେଳେ ଶୁଭମ୍‌ଙ୍କ ଶନିବାର ସକାଳୁ ଦାରିଙ୍ଗବାଡ଼ି ଠାରେ ବ୍ୟବଚ୍ଛେଦ କରାଯାଇ ଗ୍ରାମରେ ପହଞ୍ଚିବା ପରେ ଉତ୍ତେଜନା ଦେଖାଯାଇ ଏହି ଅବରୋଧ ଓ ଆନ୍ଦୋଳନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri