ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ଘରେ ପହଞ୍ଚିଲେ ଅଙ୍କିତା !

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଅନେକେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ପାଇବା ପରଠାରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ଦିନ ରାତି କାନ୍ଦୁଥିବା ଅଙ୍କିତା ମଙ୍ଗଳବାର ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟରେ ପହଞ୍ଚିଥିବା ଦେଖାଯାଇଛି। ଏହି ସମୟରେ ତାଙ୍କସହ ଆଉ କେତେଜଣଙ୍କୁ ମଧ୍ୟ ସେଠାରେ ଦେଖିବାକୁ ମିଳିଛି। ଅଙ୍କିତାଙ୍କ ବନ୍ଧୁ ସନ୍ଦିପ ସିଂ ତାଙ୍କୁ ଧରି ଧରି ସୁଶାନ୍ତଙ୍କ ଘର ଭିତରକୁ ନେଇ ଯାଉଥିବା ଏକ ଭିଡିଓରେ ଦେଖାଯାଇଛି। ଏପର୍ଯ୍ୟନ୍ତ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଅଙ୍କିତା କିଛି ନ କହିଥିଲେ ମଧ୍ୟ ଏବେ ତାଙ୍କ ଅବସ୍ଥା ଠିକ୍‌ ନ ଥିବା କହିଛନ୍ତି ଅଙ୍କିତାଙ୍କ ଜଣେ ବନ୍ଧୁ। ଉଭୟ ଅଙ୍କିତା ଓ ସୁଶାନ୍ତ ଟେଲିଭିଜନ ଧାରାବାହିତ ‘ପବିତ୍ର ରିସ୍ତା’ରେ ନଜର ଆସିଥିବା ବେଳେ ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ହେଲେ କିଛିଦିନ ହେବ ସେମାନଙ୍କର ବ୍ରେକ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri