Posted inଜାତୀୟ

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର ଏମର୍ଜେନ୍ସସି ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ବରିଷ୍ଠ ଡାକ୍ତରମାନେ ତାଙ୍କୁ ଚିକିତ୍ସା କରୁଥିବାବେଳେ ସୁଷମା ଆଖି ବୁଜିଦେଇଥିଲେ।
ଏହା ପୂର୍ବରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ସୁଷମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଥିଲେ। ଏହି ଦିନକୁ ଦେଖିବା ପାଇଁ ସେ ଅପେକ୍ଷା କରିଥିଲେ ବୋଲି ସୁଷମା ଟୁଇଟ୍‌ କରିଥିଲେ। ୨୦୧୬ରେ ସୁଷମାଙ୍କ କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା।
ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା ଭାବେ ସେ ବହିର୍ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳିବାର ସୌଭାଗ୍ୟ ଅର୍ଜନ କରିଥିଲେ। ପାର୍ଲାମେଣ୍ଟକୁ ସେ ୭ ଥର ଓ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ। ସୁପ୍ରିମକୋର୍ଟର ପୂର୍ବତନ ଓକିଲ ସୁଷମା ମାତ୍ର ୨୫ ବର୍ଷ ବୟସରେ ଦେଶର ସର୍ବକନିଷ୍ଠ କ୍ୟାବିନେଟ ମନ୍ତ୍ରୀ (ହରିୟାଣା) ହେବାର କୀର୍ତ୍ତି ଅର୍ଜନ କରିଥିଲେ। ଦିଲ୍ଲୀର ୫ମ ମୁଖ୍ୟମନ୍ତ୍ରୀଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ସେ ମଧ୍ୟପ୍ରଦେଶର ବିଦିଶା ଆସନରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ ହେଁ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ୨୦୧୯ ଲୋକ ସଭା ନିର୍ବାଚନ ନ ଲଢ଼ିବା ପାଇଁ ନିଜଆଡ଼ୁ ନିଷ୍ପତ୍ତି ନେଇଥିଲେ। ୧୯୫୩ ଫେବୃୟାରୀ ୧୪ରେ ହରିୟାଣାର ଅମ୍ବାଲାରେ ଜନ୍ମଗ୍ରହଣ କରିଥିବା ସୁଷମାଙ୍କ ବାପା ହରଦେବ ଶର୍ମା ଆର୍‌ଏସ୍‌ଏସ୍‌ର ଜଣେ ପ୍ରମୁଖ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri