ସୁଷମା ସ୍ବରାଜଙ୍କ ବିୟୋଗରେ ଶିଳ୍ପ ଜଗତର ଶୋକ

ନୂଆଦିଲ୍ଲୀ,୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗରେ ଦେଶର ଶିଳ୍ପ ଜଗତ ପକ୍ଷରୁ ଶୋକ ପ୍ରକାଶ ପାଇଛି। ସୁଷମା ଜଣେ ମହାନ ନେତ୍ରୀ ଏବଂ ଭଲ ବାଗ୍ମୀ ଥିବା ଶିଳ୍ପ ଜଗତ ପକ୍ଷରୁ କୁହାଯାଇଛି। ୬୭ ବର୍ଷୀୟ ସୁଷମା ଦିଲ୍ଲୀର ଏମ୍ସରେ ହୃତପିଣ୍ଡ ଜନିତ ସମସ୍ୟା ଯୋଗୁ ମଙ୍ଗଳବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜଣେ ମହାନ ବ୍ୟକ୍ତିତ୍ୟଙ୍କୁ ଭାରତ ହରାଇଲା ବୋଲି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ କହିଛନ୍ତି। ଦେଶ ପ୍ରତି ତାଙ୍କର ରହିଥିବା ଅବଦାନ ସମସ୍ତଙ୍କ ଲାଗି ପ୍ରେରଣା ବୋଲି ଟୁଇଟରେ ଆଦାନୀ କହିଛନ୍ତି। ସୁଷମାଙ୍କ ନିଧନ ପରେ ଭାରତ ରାଜନୀତିରେ ଏକ ଗୌରବମୟ ଅଧ୍ୟାୟ ଶେଷ ହୋଇଥିବା ଭାରତୀ ଏୟାରଟେଲର ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲ କହିଛନ୍ତି। ଆତଙ୍କବାଦ ବିରୋଧରେ ଅନ୍ତର୍ଜାତୀୟ କ୍ଷେତ୍ରରେ ତାଙ୍କର ପକ୍ଷ ଅତ୍ୟନ୍ତ ଦୃଢ ଥିଲା। ଟେଲିକମ୍‌ ମନ୍ତ୍ରଣାଳୟ ଦାୟିତ୍ୱ ହେଉ କି ବିଭିନ୍ନ କ୍ଷେତ୍ର ନୀତି ନିର୍ଦ୍ଧାରଣ ଉପରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ ରହିଥିବା ବୋଲି ମିତ୍ତଲ ମତ ଦେଇଛନ୍ତି। ସୁଷମାଙ୍କ ସହ ଦେଶବାସୀଙ୍କ ଭାବନା ଯୋଡି ହୋଇ ରହିଥିଲା ବୋଲି ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା କହିଛନ୍ତି। ସେହିଭଳି ସୁଷମା ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିବେ ବୋଲି ଜେଏସ୍‌ଡବ୍ଲ୍ୟୁ ଗ୍ରୁପ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ମତ ଦେଇଛନ୍ତି। ଲୋକପ୍ରିୟ, ପରିଶ୍ରମୀ ଏବଂ ମାନବବାଦୀ ନେତ୍ରୀ ଭାବେ ସୁଷମା ଜନମାନସରେ ରହିବେ ବୋଲି ଆର୍‌ପିଜି ଏଣ୍ଟର ପ୍ରାଇଜେସ ଅଧ୍ୟକ୍ଷ ହର୍ଷ ଗୋଏଙ୍କା କହିଛନ୍ତି। ଭାରତ ଜଣେ ମହାନ ପାର୍ଲାମେଣ୍ଟାରିଆନ ଏବଂ ଲୋକଙ୍କ ଲିଡରଙ୍କୁ ହରାଇଲା ବୋଲି ଫିକି ସଭାପତି ସନ୍ଦିପ ସୋମାନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri