ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ

ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ ସୁସଜ୍ଜିତ ପୂଜାମଣ୍ଡପରେ ଶନିବାର ମହାସପ୍ତମୀ ପୂଜାରେ ଶ୍ରଦ୍ଧାଳୁଙ୍କ ବେଶ୍‌ ଗହଳ ଚହଳ ଦେଖିବାକୁ ମିଳିଛି। ସୁସଜ୍ଜିତ ତୋରଣ, ରଙ୍ଗିନ ଆଲୋକମାଳା ଓ ମିନା ବଜାର ପରିବେଶକୁ ଉତ୍ସବମୁଖର କରିଛି। ବାରିପଦା ସହରର ପଲବଣି ଗୋଳେଇ, ତୁଳସୀଚୌରା, ମୁର୍ଗବାଡି ଗୋଳେଇ ସମେତ ବିଭିନ୍ନ ପୂଜା ମଣ୍ଡପରେ ଏଥର ସ୍ବତନ୍ତ୍ର ତଥା ଆକର୍ଷଣୀୟ ତୋରଣମାନ ନିର୍ମାଣ କରାଯାଇଛି। ଶଙ୍ଖ, ଘଣ୍ଟ ଓ ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ପରିବେଶ । ଏଥିସହ ଜିଲାର ବିଭିନ୍ନ ଶକ୍ତିପୀଠରେ ଶନିବାର ମହାଷ୍ଟମୀ ପୂଜା ସମ୍ପନ୍ନ ହୋଇଛି। ଖିଚିଂର ମା’ କିଚକେଶ୍ୱରୀ, ବାଙ୍ଗରିପୋଷିର ମା’ ଦ୍ୱାରଶୁଣି , ବାରିପଦାର ମା’ ଅମ୍ବିକା ଙ୍କ ମନ୍ଦିରରେ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଏସବୁ ପୀଠରେ ମା’ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅସ୍ଥାୟୀ ପୂଜାମଣ୍ଡପରେ ମହାଷ୍ଟମୀଠାରୁ ମହାଦଶମୀ ଯାଏ ପ୍ରବଳ ଭିଡ ହେବାର ସମ୍ଭାବନା ଥିବାରୁ ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଛି । ଆଇନ ଏଥିପାଇଁ ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରାଯାଇଛି । ବାରିପଦା ସହରରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ରହିଛନ୍ତି। ସେହିପରି କରଞ୍ଜିଆ, ରାଇରଙ୍ଗପୁର, ଉଦଳା ଓ ବେତନଟୀ ପୋଲିସ ଉପଖଣ୍ଡରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ଥିବା ଜଣାପଡିଛି। ବାରିପଦା ସହରରେ ବିଭିନ୍ନ ସ୍ଥାନରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri