Posted inଖେଳ

ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିଜ ପାଇଁ କିଛି ସମୟ ବାହାର କରି ବ୍ୟାୟାମରେ ନିୟୋଜିତ କରିବାକୁ ହେବ। ସମୟ ବାହାନା ଦେଖାଇ କେହି ନିଜପ୍ରତି ଅବହେଳା କରିବା ଉଚିତ ନୁହେଁ ବୋଲି ଉତ୍କଳ କରାଟେ ସ୍କୁଲର ପ୍ରତିଷ୍ଠା ଦିବସରେ ଯୋଗଦେଇଥିବା ଅତିଥି କୃଷିମନ୍ତ୍ରୀ ଅରୁଣ ସାହୁ ପ୍ରକାଶ କରିଛନ୍ତି। ଅନ୍ୟତମ ଅତିଥି ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମଧ୍ୟ ଅନୁରୂପ ମତ ଦେଇଛନ୍ତି। ଯିଏ ଯେଉଁ କ୍ଷେତ୍ରରେ ଥାଉନା କାହିଁକି ସମସ୍ତଙ୍କ ପାଇଁ ଫିଟ୍‌ନେସ ଅତ୍ୟନ୍ତ ଜରୁରୀ ବୋଲି ସେ କହିଛନ୍ତି। ଦୁଇ ମନ୍ତ୍ରୀଙ୍କ ସମେତ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଏବଂ ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ଖେଳାଳି ତିଆରି କାରଖାନାଭାବେ ପ୍ରତିଷ୍ଠା ଅର୍ଜନ କରିଥିବା ଉତ୍କଳ କରାଟେ ସ୍କୁଲର ଭୂୟସି ପ୍ରଶଂସା କରିଥିଲେ। ଏହି ଅବସରରେ ୫ କ୍ରୀଡ଼ା ଖବରଦାତା ସୂର୍ଯ୍ୟ ପ୍ରସାଦ ରଥ, ସଞ୍ଜୀବ ବିଶ୍ୱାଳ, ଉମାକାନ୍ତ ମିଶ୍ର, ଦେବୀ ପ୍ରସନ୍ନ ମହାନ୍ତି ଓ ଧରିତ୍ରୀ କ୍ରୀଡ଼ା ପ୍ରତିନିଧି ତପନ କୁମାର ସ୍ବାଇଁଙ୍କୁ ସମ୍ମାନିତ କରାଯାଇଥିଲା। ସୁଜିତ ଦାସଙ୍କୁ ଲାଇଫଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ଦିଆ ଯାଇଥିଲା। ଉତ୍କଳ କରାଟେ ସ୍କୁଲ ପ୍ରତିଷ୍ଠାତା ଡ. ହରିପ୍ରସାଦ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୀର ଅଜମତ ଅଲୀ, ଗୌରୀ ମହାନ୍ତି, ପୀୟୂଷ ମହାନ୍ତି, ରାଜୀବ ସିଂ, ଜୟଦେବ ପଟ୍ଟନାୟକ, ହିମାଂଶୁ ଶେଖର ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଶ୍ରୀନିବାସ ଘଟୁଆରୀ ପରିଚାଳନା କରିଥିବାବେଳେ ଚିତ୍ତରଞ୍ଜନ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସାଂସ୍କୃତି କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri