ସୁସ୍ଥ ଶିଶୁ ପାଇଁ…

ଗର୍ଭାବସ୍ଥାରେ ମହିଳାମାନେ ଉତ୍ତମ ଖାଦ୍ୟପେୟ ସହିତ ସ୍ବାସ୍ଥ୍ୟର ସଠିକ୍‌ ଯତ୍ନ ନେବାର ଆବଶ୍ୟକତା ପଡ଼ିଥାଏ। ଏହି ସମୟରେ ସାମାନ୍ୟ ତ୍ରୁଟି ମା’ ଓ ଛୁଆ ଉଭୟଙ୍କୁ କ୍ଷତି ପହଞ୍ଚାଇଥାଏ। ରକ୍ତ ଶର୍କରା, ବ୍ଲଡ୍‌ ପ୍ରେସର ଓ ଶରୀରର ଓଜନ ଆଦି ଦିଗ ପ୍ରତି ଏହି ସମୟରେ ବିଶେଷ ଦୃଷ୍ଟି ଦିଆଯିବା ଆବଶ୍ୟକ । ବହୁ ସମୟରେ ଗର୍ଭବତୀ ମହିଳାମାନେ ଅଜାଣତରେ ଏପରି ଜିନିଷ ଖାଇଥାନ୍ତି ଯାହା ପରବର୍ତ୍ତୀ ସମୟରେ ସେମାନଙ୍କ ପାଇଁ ବଡ଼ ବିପଦ ଆଣିଥାଏ । ଗର୍ଭବତୀ ମହିଳା ଏପରି କିଛି ଜିନିଷ ଖାଇବା ଅନୁଚିତ ଯାହା ଗର୍ଭରେ ଥିବା ଶିଶୁକୁ ହାନି ପହଞ୍ଚାଇବ। ଡାକ୍ତରଙ୍କ ପରାମର୍ଶ ନେଇ ଖାଦ୍ୟପେୟ ଗ୍ରହଣ କଲେ ଏହି ସମୟରେ ବିଶେଷ ଲାଭଦାୟୀ ହୋଇଥାଏ । ଗର୍ଭାବସ୍ଥା ସମୟରେ ବହୁ ମହିଳା ମୃଦୁପାନୀୟ ପିଇଥାନ୍ତି। ଏହି ସମୟରେ ମୃଦୁପାନୀୟ ପିଇବା ବହୁତ କ୍ଷତିକାରକ । ଗର୍ଭାବସ୍ଥାରେ ମୃଦୁପାନୀୟ, ସୋଡ଼ା କିମ୍ବା ଶର୍କରା ଥିବା ଯେକୌଣସି  ପାନୀୟ ପିଇବା ଦ୍ୱାରା ଶିଶୁ ମୋଟାପାର ଶିକାର ହେବାର ଆଶଙ୍କା ରହିଥାଏ। ବିଶେଷଜ୍ଞମାନଙ୍କ ମତ ଅନୁଯାୟୀ ଗର୍ଭାବସ୍ଥାରେ ଯେଉଁ ମହିଳାମାନେ ନିୟମିତ ମୃଦୁପାନୀୟ ପିଇଥାନ୍ତି ସେମାନଙ୍କଠାରୁ ଜନ୍ମ ନେବାକୁ ଯାଉଥିବା ଶିଶୁର ବଡି ମାସ୍‌ ଇଣ୍ଡେକ୍ସ ବହୁତ ଅଧିକ ହୋଇଥାଏ। ଗର୍ଭାବସ୍ଥାରେ ମୃଦୁପାନୀୟ ପିଉଥିବା ମହିଳାମାନଙ୍କ ସନ୍ତାନମାନେ ଖୁବ୍‌ କମ୍‌ ବୟସରେ ପାଚନ ଓ ଓଜନ ସହ ଜଡିତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri