Posted inଜାତୀୟ

ସୁସ୍ଥ ହେଲେ ଦିଲ୍ଲୀର ପ୍ରଥମ କରୋନା ସଂକ୍ରମିତ ବ୍ୟକ୍ତି

ନୂଆଦିଲ୍ଲୀ,୧୫।୩: ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୨ରେ ରହୁଥିବା ଜଣେ ୪୫ ବର୍ଷୀୟ ବ୍ୟକ୍ତି କୋଭିଡ- ୧୯ରେ ପୀଡ଼ିତ ଥିବା ପ୍ରଥମେ ଚିହ୍ନଟ କରାଯାଇଥିଲା। ଏହାପରେ ତାଙ୍କୁ ଆଇସୋଲେଶନ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଥିଲା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ଖବର ମିଳିଛି। ଶନିବାର ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରୁ ଘରକୁ ଯିବାକୁ ଅନୁମତି ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବ୍ୟକ୍ତି ଜଣକ ଫେବୃୟାରୀ ୨୨ରେ ଇଟାଲିରୁ ଫେରିଥିଲେ। ଏହାସହ ସେ ହୋଟେଲରେ ଏକ ଜନ୍ମଦିନ ଉତ୍ସବରେ ମଧ୍ୟ ବହୁ ଲୋକଙ୍କ ସହ ମିଳାମିଶା କରିଥିଲେ। ସେପର୍ଯ୍ୟନ୍ତ ସେ କରୋନା ଭାଇରସରେ ପୀଡିିତ ଥିବା ଜଣାପଡି ନ ଥିଲା। ମାର୍ଚ୍ଚ ୨ରେ ସେ କୋଭିଡ -୧୯ରେ ପୀଡିତ ଥିବା ଜଣାପଡିବା ପରେ ତାଙ୍କୁ ହସ୍ପିଟାଲରେ ରଖାଯାଇ ଚିକିତ୍ସା କରାଯାଉଥିଲା। ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରାୟ ୧୦୫ ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା କହିଥିଲା ଦିଲ୍ଲୀ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ। ହେଲେ ଏମାନଙ୍କ ମଧ୍ୟରୁ କେହି କୋଭିଡ -୧୯ରେ ପୀଡିତ ଥିବା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri