ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ ଅଭିଯୁକ୍ତ ବିଶ୍ୱଜିତ୍‌ ପାତ୍ର, ସୁପାରିରେ କିଲିଂରେ ମଧ୍ୟସ୍ଥ ସାଜିଥିବା ସାଉଥ୍‌କୋ ବିଭାଗର ଦୁଇ କର୍ମଚାରୀ ଗଞ୍ଜାମ ଜିଲା ଧରାକୋଟ ଥାନା ଏସ୍‌ ବାଲାଜୀ ଆଚାରୀ ଓ ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଞ୍ଚଳର ରାସ ବିହାରୀ ଦାସଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧ଦେଶୀ ପିସ୍ତଲ, ୩ ଜୀବନ୍ତ ଗୁଳି, ୬ଟି ମୋବାଇଲ ସହ ୧ ବାଇକ ଜବତ ହୋଇଛି। ଏ ନେଇ କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଫେରାର୍‌ ଥିବା ଏସ୍‌ପି କହିଛନ୍ତି।
ସୂଚନାଯୋଗ୍ୟ, ୧୦ ତାରିଖ ସକାଳେ ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳି କରିଥିଲେ। ବାଲିଗୁଡ଼ା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତ ଏପରି ହତ୍ୟାକାଣ୍ଡ ଭିଆଇବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri