ସୂଚନା ଅଧିକାର କର୍ମୀ ହତ୍ୟା ଘଟଣାରେ ନେତାଙ୍କ ଚାପ

ଭୁବନେଶ୍ୱର,୭।୨(ବ୍ୟୁରେ): କେନ୍ଦ୍ରାପଡା ଜିଲା ମାର୍ଶାଘାଇରେ ସୂଚନା ଅଧିକାର କର୍ମୀ ରଞ୍ଜନ କୁମାର ଦାସଙ୍କ ହତ୍ୟା ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ଚାଲିଛି। ରାଜନେତାଙ୍କ ଚାପରେ ସ୍ଥାନୀୟ ପୋଲିସ ଉପଯୁକ୍ତ ତଦନ୍ତ କରୁନାହିଁ ବୋଲି ଓଡିଶା ସୂଚନା ଅଧିକାର ଅଭିଯାନ ସଂଘ (ଓସା) ଅଭିଯୋଗ କରିଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ମୃତ ରଞ୍ଜନଙ୍କ ପରିବାରକୁ ନ୍ୟାୟ ଓ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛି ସଂଘ। ଅପରପକ୍ଷରେ ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମାତାପିତା ଅସହାୟ ହୋଇପଡିଛନ୍ତି। ମା ଶଯ୍ୟାଶାୟୀ ଓ ବାପା କାମ କରିବାକୁ ଅକ୍ଷମ। ତେଣୁ ସରକାର ୧୦ ଲକ୍ଷ ଟଙ୍କା ପ୍ରାଥମିକ କ୍ଷତିପୂରଣ ପ୍ରଦାନ ଲାଗି ଦାବି କରିଛନ୍ତି ସଂଘର ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନ।
ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିବା ମାନବାଧିକାର କର୍ମୀ ଶ୍ରୀ ଅଖଣ୍ଡ, ସଂଯୁକ୍ତା ପାଣିଗ୍ରାହୀ, ରଞ୍ଜୁଲତା, ଜିତେନ୍ଦ୍ର ପ୍ରମୁଖ କହିଛନ୍ତି, ରଞ୍ଜନ ଓଡିଶା ସୂଚନା ଅଧିକାର ଅଭିଯାନର ଜଣେ ସକ୍ରିୟ ସଦସ୍ୟ ଓ କେନ୍ଦ୍ରାପଡା ଜିଲାର ଆବାହକ ଥିଲେ। ସୂଚନା ଅଧିକାର ଆଇନରେ ତଥ୍ୟ ମାଗି ରଞ୍ଜନ ସରକାରୀ ଯୋଜନାକୁ କ୍ରିୟାଶୀଳ ଓ ସ୍ବଚ୍ଛତା ଆଡକୁ ନେବାରେ ସହାୟତା କରୁଥିଲେ। ଅନେକ ଦୁର୍ନୀତି ଓ ଅନିୟମିତତାର ପର୍ଦ୍ଦାଫାଶ କରିଥିଲେ। ଭିତରକନିକାରେ ବେଆଇନ ନିର୍ମାଣ, ବେଆଇନ ଚିଙ୍ଗୁଡି ଘେରି ଆଦିକୁ ବିରୋଧ କରି ଆନ୍ଦୋଳନ ଜାରି ରଖିବା ସହ ଲୋକାୟୁକ୍ତଙ୍କ ନିକଟରେ କେସ୍‌ ମଧ୍ୟ ରୁଜୁ କରିଥିଲେ। କିନ୍ତୁ ସ୍ବାର୍ଥରେ ଆଞ୍ଚ ଆସିବାରୁ ରାଜନେତା, ପ୍ରଶାସନିକ ଅଧିକାରୀ ଓ ଅସାମଜିକ ଗୋଷ୍ଠୀ ତାଙ୍କୁ ହତ୍ୟା କରିଛନ୍ତି। ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଗତ ଡିସେମ୍ବର ୧୧ରେ ରଞ୍ଜନ ପାଟକୁରା ଥାନାରେ ଏକ ଏତଲା ଦେଇଥିଲେ। ପୋଲିସ ତୁରନ୍ତ ପଦକ୍ଷେପ ଗ୍ରହଣ ନ କରିବାରୁ ଗତ ୧ ତାରିଖରେ ତାଙ୍କୁ ହତ୍ୟା କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ସେତେବେଳେ ମଧ୍ୟ ସ୍ଥାନୀୟ ଲୋକେ, ପରିବାର ଓ ସଂଘ ସଦସ୍ୟମାନେ ଏହାକୁ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ରଞ୍ଜନଙ୍କ ସମ୍ପର୍କୀୟ ବଳରାମ ଦାସଙ୍କ ଏତଲା ଅନୁସାରେ ପୋଲିସ କେସ୍‌ ନଂ.୨୪/୨୦୨୦ ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଘଟଣାର ୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଠିକ୍‌ ଭାବେ ତଦନ୍ତ ନ କରି ଚୁପ୍‌ ବସିଛି। ଏ ସଂକ୍ରାନ୍ତରେ ସଂଘ ଜାତୀୟ ଅନୁସୂଚିତ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଏହି ସମ୍ବେଦନଶୀଳ ମାମଲାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଥିବା ରାଜ୍ୟ ଆବାହକ ପ୍ରଦାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri