ସୂଚନା ଅଧିକାର କର୍ମୀ ହତ୍ୟା ଘଟଣାରେ ନେତାଙ୍କ ଚାପ

ଭୁବନେଶ୍ୱର,୭।୨(ବ୍ୟୁରେ): କେନ୍ଦ୍ରାପଡା ଜିଲା ମାର୍ଶାଘାଇରେ ସୂଚନା ଅଧିକାର କର୍ମୀ ରଞ୍ଜନ କୁମାର ଦାସଙ୍କ ହତ୍ୟା ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ଚାଲିଛି। ରାଜନେତାଙ୍କ ଚାପରେ ସ୍ଥାନୀୟ ପୋଲିସ ଉପଯୁକ୍ତ ତଦନ୍ତ କରୁନାହିଁ ବୋଲି ଓଡିଶା ସୂଚନା ଅଧିକାର ଅଭିଯାନ ସଂଘ (ଓସା) ଅଭିଯୋଗ କରିଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ମୃତ ରଞ୍ଜନଙ୍କ ପରିବାରକୁ ନ୍ୟାୟ ଓ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛି ସଂଘ। ଅପରପକ୍ଷରେ ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମାତାପିତା ଅସହାୟ ହୋଇପଡିଛନ୍ତି। ମା ଶଯ୍ୟାଶାୟୀ ଓ ବାପା କାମ କରିବାକୁ ଅକ୍ଷମ। ତେଣୁ ସରକାର ୧୦ ଲକ୍ଷ ଟଙ୍କା ପ୍ରାଥମିକ କ୍ଷତିପୂରଣ ପ୍ରଦାନ ଲାଗି ଦାବି କରିଛନ୍ତି ସଂଘର ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନ।
ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିବା ମାନବାଧିକାର କର୍ମୀ ଶ୍ରୀ ଅଖଣ୍ଡ, ସଂଯୁକ୍ତା ପାଣିଗ୍ରାହୀ, ରଞ୍ଜୁଲତା, ଜିତେନ୍ଦ୍ର ପ୍ରମୁଖ କହିଛନ୍ତି, ରଞ୍ଜନ ଓଡିଶା ସୂଚନା ଅଧିକାର ଅଭିଯାନର ଜଣେ ସକ୍ରିୟ ସଦସ୍ୟ ଓ କେନ୍ଦ୍ରାପଡା ଜିଲାର ଆବାହକ ଥିଲେ। ସୂଚନା ଅଧିକାର ଆଇନରେ ତଥ୍ୟ ମାଗି ରଞ୍ଜନ ସରକାରୀ ଯୋଜନାକୁ କ୍ରିୟାଶୀଳ ଓ ସ୍ବଚ୍ଛତା ଆଡକୁ ନେବାରେ ସହାୟତା କରୁଥିଲେ। ଅନେକ ଦୁର୍ନୀତି ଓ ଅନିୟମିତତାର ପର୍ଦ୍ଦାଫାଶ କରିଥିଲେ। ଭିତରକନିକାରେ ବେଆଇନ ନିର୍ମାଣ, ବେଆଇନ ଚିଙ୍ଗୁଡି ଘେରି ଆଦିକୁ ବିରୋଧ କରି ଆନ୍ଦୋଳନ ଜାରି ରଖିବା ସହ ଲୋକାୟୁକ୍ତଙ୍କ ନିକଟରେ କେସ୍‌ ମଧ୍ୟ ରୁଜୁ କରିଥିଲେ। କିନ୍ତୁ ସ୍ବାର୍ଥରେ ଆଞ୍ଚ ଆସିବାରୁ ରାଜନେତା, ପ୍ରଶାସନିକ ଅଧିକାରୀ ଓ ଅସାମଜିକ ଗୋଷ୍ଠୀ ତାଙ୍କୁ ହତ୍ୟା କରିଛନ୍ତି। ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଗତ ଡିସେମ୍ବର ୧୧ରେ ରଞ୍ଜନ ପାଟକୁରା ଥାନାରେ ଏକ ଏତଲା ଦେଇଥିଲେ। ପୋଲିସ ତୁରନ୍ତ ପଦକ୍ଷେପ ଗ୍ରହଣ ନ କରିବାରୁ ଗତ ୧ ତାରିଖରେ ତାଙ୍କୁ ହତ୍ୟା କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ସେତେବେଳେ ମଧ୍ୟ ସ୍ଥାନୀୟ ଲୋକେ, ପରିବାର ଓ ସଂଘ ସଦସ୍ୟମାନେ ଏହାକୁ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ରଞ୍ଜନଙ୍କ ସମ୍ପର୍କୀୟ ବଳରାମ ଦାସଙ୍କ ଏତଲା ଅନୁସାରେ ପୋଲିସ କେସ୍‌ ନଂ.୨୪/୨୦୨୦ ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଘଟଣାର ୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଠିକ୍‌ ଭାବେ ତଦନ୍ତ ନ କରି ଚୁପ୍‌ ବସିଛି। ଏ ସଂକ୍ରାନ୍ତରେ ସଂଘ ଜାତୀୟ ଅନୁସୂଚିତ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଏହି ସମ୍ବେଦନଶୀଳ ମାମଲାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଥିବା ରାଜ୍ୟ ଆବାହକ ପ୍ରଦାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri