ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା

ବାଲିଗୁଡ଼ା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ ପଣ୍ଡା ା ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳି କରିଥିଲେ। ବାଲିଗୁଡ଼ା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତ ଏପରି ହତ୍ୟାକାଣ୍ଡ ଭିଆଇବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ା ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଘଟଣାସ୍ଥଳରୁ ୨ଟି ଖୋକା ଜବତ କରାଯାଇଛି। ଗୁଳିକାଣ୍ଡକୁ ନେଇ ବାଲିଗୁଡା ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ା କଂଗ୍ରେସ ପକ୍ଷରୁ ରାସ୍ତାରୋକୋ କରାଯିବା ସହ ଅପରାଧୀଙ୍କୁ ତୁରନ୍ତ ଗିରଫ କରିବା ନିମନ୍ତେ ଦାବି କରାଯାଇଛି ା
ଅଭିମନ୍ୟୁ କଂଗ୍ରେସର ଜଣେ ବରିଷ୍ଠ କର୍ମୀ। ସ୍ଥାନୀୟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର ମଧ୍ୟ ସେ ସଦସ୍ୟ ଥିଲେ ା ସୂଚନା ଅଧିକାର ଆଇନ ବଳରେ ଜିଲାରେ ହେଉଥିବା ବଡ଼ ବଡ଼ ଠିକା ସଂସ୍ଥାର କାର୍ଯ୍ୟ, ବ୍ୟବସାୟୀ ନେଉଥିବା ଟେଣ୍ଡରର ତଥ୍ୟ ମାଗୁଥିଲେ। ଶନିବାର ସକାଳ ପ୍ରାୟ ୭ଟାରେ ଏକ ବାଇକ୍‌ରେ ଦୁଇ ଯୁବକ ଅଭିମନ୍ୟୁଙ୍କ ଘର ନିକଟକୁ ଆସିଥିଲେ। ସେମାନେ ଅଭିମନ୍ୟୁଙ୍କୁ ଡାକି କଥାବାର୍ତ୍ତା କରିବା ପରେ କିଛି କାଗଜପତ୍ର ମାଗିଥିଲେ। ଏହି ସମୟରେ ଜଣେ ଯୁବକ ଚାଲିଯାଇ ବାଇକ୍‌ରେ ବସିଥିଲେ ା ଅନ୍ୟ ଯୁବକ ଜଣକ ଗୁଳିମାଡ଼ କରି ଉକ୍ତ ବାଇକ୍‌ ପଛରେ ବସି ଫେରାର ହୋଇଯାଇଥିଲେ। ଅଭିମନ୍ୟୁଙ୍କ ଛାତିରେ ୨ଟି ଗୁଳି ବାଜିଥିବାରୁ ସେ ତଳେ ପଡ଼ି ଛଟପଟ ହେଉଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲ ନେଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ରାଜନୈତିକ କାରଣ ନା ପୂର୍ବ ଶତ୍ରୁତା କିମ୍ବା ସୂଚନା ଅଧିକାର ବଳରେ ମାଗିଥିବା ତଥ୍ୟକୁ ନେଇ ଅଭିମନ୍ୟୁଙ୍କୁ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ଅନ୍ୟପକ୍ଷରେ ଥାନା ଏବଂ ସିଆର୍‌ପିଏଫ କ୍ୟାମ୍ପଠାରୁ ମାତ୍ର ୧୦୦ ମିଟର ଦୂରରେ ଗୁଳିକାଣ୍ଡ ଘଟିବା ପୋଲିସର କାର୍ଯ୍ୟଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri