Posted inଜାତୀୟ

ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ ଦେଖିଲେ ମୋଦି

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ବିରଳ ଦୃଶ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଖିଥିବା ବେଳେ ଏହାର ଏକ ଫଟୋ ଶେୟାର କରିଛନ୍ତି। ଏହା ପୂର୍ଣ୍ଣ ସୂର୍ଯ୍ୟୋପରାଗ ହୋଇ ନ ଥିବା ବେଳେ ସୂର୍ଯ୍ୟର ବାହାର ଭାଗ ଏଥିରେ ଦୃଶ୍ୟମାନ ହୋଇଛି। ମୋଦି ସୂର୍ଯ୍ୟୋପରାଗ ଦେଖୁଥିବାର ଫଟୋ ଶେୟାର କରିବା ପରେ ଏହାକୁ ଦେଖି ୟୁଜରମାନେ ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି। କେହି କହି ଲେଖିଛନ୍ତି ଏବେ ଆପଣଙ୍କ ମିମିକ୍ରି କରାଯିବ। ଏହାର ଉତ୍ତରରେ ମୋଦି ସ୍ବାଗତ ଜଣାଇଛନ୍ତି। ଏହାପରେ ମୋଦି ଲେଖିଛନ୍ତି ଅନ୍ୟମାନଙ୍କ ଭଳି ମୁଁ ମଧ୍ୟ ସୂର୍ଯ୍ୟୋପରାଗ ଦେଖିବାକୁ ଉତ୍ସାହିତ ଥିଲି। ହେଲେ ବାଦଲ ଢାଙ୍କି ଦେବାରୁ ଏହା ମୁଁ ଭଲଭାବେ ଦେଖିପାରିଲି ନାହିଁ। କୋଝିକୋଡରେ ସୂର୍ଯ୍ୟୋପରାଗର ସାମାନ୍ୟ ଝଲକ ମିଳିବା ସହ ବିଶେଷଜ୍ଞଙ୍କ ସହ ଏହା ଉପରେ କଥା ହୋଇ କିଛି ଜ୍ଞାନ ଆହରଣ କଲି ବୋଲି ମୋଦି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri