ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲେ ଆମିକସ୍‌ କ୍ୟୁରି

କୋଣାର୍କ, ୧୩।୮(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ସୁରକ୍ଷା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଆମିକସ୍‌ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ସୋମବାର ମନ୍ଦିରର ସ୍ଥିତି ପରଖିଛନ୍ତି। ବର୍ଷା ସମୟରେ ମନ୍ଦିର ପରିସରରେ ପାଣି ଜମିରହିବା, ମନ୍ଦିରର ମୁଖ୍ୟ ଆକର୍ଷଣ ଜଗମୋହନକୁ ଚାରିପଟେ ଘେରିଥିବା ଲୁହାପାଇପ ଭାରା, ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ପଥରଖଣ୍ଡର ଅବକ୍ଷୟ ଆଦି ବିଭିନ୍ନ ସମସ୍ୟାର ଅନୁଧ୍ୟାନ କରିଥିଲେ। ଏହି ଅବସରରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ ଏଏସ୍‌ଆଇ ପକ୍ଷରୁ ମନ୍ଦିରର ବାସ୍ତବ ସମସ୍ୟା ସମ୍ପର୍କରେ ସରକାରଙ୍କୁ ଅନ୍ଧାରରେ ରଖାଯାଉଥିବାନେଇ ଅବଗତ କରିଥିଲେ। ପରେ ଆମିକସ୍‌ କୁରି ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଲେ ଯେ, ମନ୍ଦିରର ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଆସିଛି। ଖୁବଶୀଘ୍ର ସୂର୍ଯ୍ୟମନ୍ଦିର ସଂରକ୍ଷଣ ସହିତ ଜଡିତ ଷ୍ଟିଅରିଂ କମିଟି ସହ ବୈଠକ ଆୟୋଜିତ ହେବ। ସେ ସମୟରେ ସମସ୍ତ ତଥ୍ୟ ଦେବି। ଏହି ଗସ୍ତସମୟରେ ଆମିକସ୍‌ କ୍ୟୁରିଙ୍କ ସହିତ ସୂର୍ଯ୍ୟମନ୍ଦିର ବିଶେଷଜ୍ଞ କମିଟିର ସଦସ୍ୟ ତଥା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଡ. ଏନ୍‌.ସି.ପାଲ୍‌ ମନ୍ଦିର ପରିଦର୍ଶନ କରିଥିଲେ। ଡକ୍ଟର ପାଲ୍‌ ମନ୍ଦିରର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଆମିକସ୍‌ କ୍ୟୁରିଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri