Posted inଜାତୀୟ

ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…

ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍‌ଫରସ ସମେତ ଆହୁରି ଅନେକ ପୋଷକ ତତ୍ତ୍ୱ ଭରି ରହିଛି। କୁହାଯାଏ, ପ୍ରତ୍ୟେକ ଦିନ ଗୋଟିଏ କିମ୍ବା ଦୁଇଟି ସେଓ ଖାଇଲେ ଶରୀରରୁ ଅନେକ ରୋଗ ଦୂରେଇ ଯାଏ। ଏଥିରେ କ୍ୟାନସର୍‌ ନିରୋଧୀ ଗୁଣ ରହିଛି। ଏଥିସହ ଏହା ଦାନ୍ତକୁ ମଜଭୁତ ରଖେ ଓ ଶରୀରରେ ରକ୍ତ ଅଭାବକୁ ବି ଦୂର କରିଥାଏ। କିନ୍ତୁ କିଛି ଖାଦ୍ୟ ଅଛି, ଯେଉଁଗୁଡ଼ିକୁ ସେଓ ଖାଇବା ପରେ ଆଦୌ ଖାଇବା ଉଚିତ ନୁହେଁ। ଏହା ଦ୍ୱାରା ଶରୀରକୁ କ୍ଷତି ପହଞ୍ଚିଥାଏ। ଯଦି ସେଓ ଖାଉଛନ୍ତି, ତା’ହେଲେ ଏହାପରେ ଦହି, ଆଚାର ଓ ମୂଳା କି କ୍ଷୀର ଖାଆନ୍ତୁ ନାହିଁ। ସେହିପରି ପାଣି ବି ପିଅନ୍ତୁ ନାହିଁ। ତେବେ ଆସନ୍ତୁ ଜାଣିବା ସେଓ ଖାଇବା ପରେ ଏହିସବୁ ଖାଦ୍ୟ ଖାଇଲେ ଶରୀର ଉପରେ କ’ଣ ପ୍ରଭାବ ପଡ଼ିଥାଏ।


ମୂଳା : ସେଓ ଖାଇବା ପରେ ମୂଳା ଖାଇଲେ ଆପଣଙ୍କର ତ୍ୱଚା ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇଥାଏ। ସେଓ ଖାଇ ମୂଳା ଖାଇଲେ ଚର୍ମରେ ଆଲର୍ଜି ହେବାର ଆଶଙ୍କା ବଢ଼ିଯାଏ।


ଦହି : ସେଓ ଖାଇବାର ୨ ଘଣ୍ଟା ପରେ ଦହି ଖାଇବା ଉଚିତ। କାରଣ ଉଭୟ ଦହି ଓ ସେଓ ଥଣ୍ଡା ଜାତୀୟ ଖାଦ୍ୟ। ଏହାକୁ ଏକାସଙ୍ଗେ ଖାଇଲେ ଆପଣଙ୍କର କଫ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ବ୍ୟତୀତ ସେଓକୁ କେବେ ସକାଳେ ଖାଇବା ଉଚିତ ନୁହେଁ। କାରଣ ଏହା ଥଣ୍ଡା ଥିବାରୁ କଫ ହେବାର ଆଶଙ୍କା ଅଧିକ ରହିଥାଏ।


ଆଚାର : ସେଓ ଖାଇବା ପରେ ସାଙ୍ଗେସାଙ୍ଗେ ଆଚାର ଖାଆନ୍ତୁ ନାହିଁ। ଏଥିଯୋଗୁ ଗ୍ୟାସ, ଏସିଡିଟି ଓ କୋଷ୍ଠକାଠିନ୍ୟ ଭଳି ସମସ୍ୟା ଦେଖା ଦେଇଥାଏ। ଏଥିପାଇଁ ସେଓ ଖାଇବା ପରେ ଖଟା ଜାତୀୟ ଜିନିଷଠାରୁ ଦୂରେଇ ରୁହନ୍ତୁ।


ପାଣି : ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ ଖଟା ଓ ମିଠା ଜିନିଷ ଖାଇବା ପରେ ପାଣି ପିଇବା ଉଚିତ ନୁହେଁ। କାରଣ ଏହାର ପ୍ରଭାବ ଆପଣଙ୍କ ପିଏଚ୍‌ ସ୍ତର ଉପରେ ପଡ଼ଥାଏ। ଏହାଦ୍ୱାରା ତ୍ୱଚାରେ ରିଙ୍କିଲ୍ସ ଦେଖାଦେଇଥାଏ। ଏଥିପାଇଁ ପେଟ ଫୁଲିବା, କୋଷ୍ଠକାଠିନ୍ୟ ଓ ଗ୍ୟାସ ଭଳି ସମସ୍ୟା ଦେଖାଦେଇଥାଏ। ଏହା ସହିତ ପେଟରେ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାଏ।


କ୍ଷୀର: ସେହିପରି ସେଓ ଖାଇବା ପରେ କ୍ଷୀର ମଧ୍ୟ ପିଇବା ଉଚିତ ନୁହେଁ। ଏହାଦ୍ୱାରା ଡିହାଇଡ୍ରେସନ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri