Posted inଜାତୀୟ

ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଶୁକ୍ରବାର ସିବିଆଇକୁ ଦେଇଥିବା ଏକ ବୟାନରେ ସେ କହିଛନ୍ତି, ଦୁର୍ଘଟଣା ପୂର୍ବରୁ ତାଙ୍କୁ ଅଭିଯୁକ୍ତ ବିଧାୟକ କୁଲଦୀପ ସିଂହ ସେନଗାରଙ୍କ ଜଣେ ସହଯୋଗୀ ହତ୍ୟା ଧମକ ଦେଇଥିଲେ। ସେ ହିଁ ସଡ଼କ ଦୁର୍ଘଟଣା ପାଇଁ ଦାୟୀ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୨୮ରେ ନିଜ ଦାଦାଙ୍କୁ ଭେଟିବାକୁ ରାଏବରେଲିସ୍ଥିତ ଜେଲକୁ କାରରେ ଯାଉଥିଲେ। ସାଥୀରେ ତାଙ୍କର ଜଣେ ସମ୍ପର୍କୀୟ ଏବଂ ଓକିଲ ଥିଲେ। ଓକିଲ ନିଜେ ଗାଡ଼ି ଚଳାଉଥିଲେ। ଏହି ସମୟରେ ଏକ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା। ଓକିଲ ଗାଡ଼ିକୁ ପଛକୁ ନେଇଯିବାକୁ ଉଦ୍ୟମ କରିବା ସମୟରେ ଟ୍ରକ ଡ୍ରାଇଭର ଟ୍ରକକୁ ତାଙ୍କ କାର ଉପରେ ଚଢ଼ାଇ ଦେଇଥିଲେ ବୋଲି ପୀଡ଼ିତା କହିଛନ୍ତି। ତେବେ ଏହି ଦୁର୍ଘଟଣାରେ ତାଙ୍କ ସମ୍ପର୍କୀୟ ଜଣଙ୍କ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଏହି ଘଟଣାର ଯାଞ୍ଚ୍‌ ଏବେ ସିବିଆଇ କରୁଛି। ଉନ୍ନାଓ ବଳାତ୍କାର ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା। ୨୦୧୭ରେ ବିଜେପି ବିଧାୟକ କୁଲଦୀପ ସିଂହ ତାଙ୍କୁ ଅପହରଣ କରି ବଳାତ୍କାର କରିଥିଲେ ବୋଲି ପୀଡ଼ିତା ଅଭିଯୋଗ କରିବା ପରେ ତାଙ୍କ ବାପାଙ୍କୁ ଚଞ୍ଚକତା କରି ହତ୍ୟା କରାଯିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏବେ ସମ୍ପୃକ୍ତ ବିଧାୟକ ଗିରଫ ହୋଇ ଜେଲରେ ଥିଲାବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri